Friday, September 18, 2026
30.3 C
Odisha

    ସକ୍ରିୟ ମୌସୁମୀ ୫ ଦିନ ପ୍ରବଳ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ସକ୍ରିୟ ମୌସୁମୀ ପ୍ରଭାବରେ ଓଡ଼ିଶାରେ ବର୍ଷା ଲାଗିରହିଛି। ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେଉଛି। ଗତକାଲି ସକାଳ ସାଢ଼େ ୮ଟାରୁ ଆଜି ସକାଳ ସାଢ଼େ ୮ଟା ମଧ୍ୟରେ ଅନୁଗୁଳ ଜିଲ୍ଲା ଆଠମଲ୍ଲିକରେ ସର୍ବାଧିକ ୧୦୧ ମିମି ବର୍ଷା ହୋଇଥିଲା। ଆଜି ଦିନ ସମୟରେ ଅନୁଗୁଳରେ ୫୭ ମିମି, ବଲାଙ୍ଗୀରରେ ୪୬, ନୂଆପଡ଼ାରେ ୩୦, ପାରାଦୀପରେ ୨୯, ତାଳଚେରରେ ୧୮, ପୁରୀରେ ୧୫.୬, ଢେଙ୍କାନାଳରେ ୧୫.୨ ମିମି ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବୁଧବାର ସକାଳ ସୁଦ୍ଧା ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, କଟକ, ଜଗତସିଂହପୁର, ବୌଦ୍ଧ, କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବା‌ଲେଶ୍ବର, ଭଦ୍ରକ, ଯାଜପୁର, ଗଞ୍ଜାମ, ନୂଆପଡ଼ା ଓ ସୁବର୍ଣ୍ଣପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ଳ ଭଦ୍ରକରେ ପ୍ରବଳରୁ ଅତିପ୍ରବଳ ଓ ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, ଦେବଗଡ଼ ଓ ଯାଜପୁରରେ ପ୍ରବଳ ବର୍ଷା ‌ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    30.3 ° C
    30.3 °
    30.3 °
    68 %
    2kmh
    40 %
    Fri
    30 °
    Sat
    30 °
    Sun
    31 °
    Mon
    31 °
    Tue
    31 °

    ସମ୍ବନ୍ଧିତ