Wednesday, September 23, 2026
23.8 C
Odisha

    ମଡେଲ ତଥା ଅଭିନେତ୍ରୀ ପୁନମ୍ ପାଣ୍ଡେଙ୍କ ପରଲୋକ

    ଆଗକୁ ପଢନ୍ତୁ

    ଅଭିନେତ୍ରୀ ତଥା ମଡେଲ ପୁନମ ପାଣ୍ଡେଙ୍କର ପରଲୋକ ହୋଇଯାଇଛି । ତାଙ୍କୁ ସର୍ଭିକାଲ କ୍ୟାନ୍ସର ହୋଇଥିଲା। ଏହି ସୂଚନା ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଦିଆଯାଇଛି । ପୁନମ ପାଣ୍ଡେଙ୍କ ଦେହାନ୍ତ ଖବର ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । ପୁନମ ପାଣ୍ଡେଙ୍କ ମ୍ୟାନେଜର ଏହି ସୂଚନା ଦେଇଛନ୍ତି। ଫେବ୍ରୁଆରି ୧ ତାରିଖ ରାତିରେ ସର୍ଭିକାଲ୍ କ୍ୟାନସରରେ ପୀଡିତ ହୋଇ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ନିଜର ବୋଲ୍ଡ ଅନ୍ଦାଜ ପାଇଁ ଜଣାଶୁଣା ଥିଲେ ପୁନମ୍ । ଅନେକ ଥର ନିଜର ମନ୍ତବ୍ୟ ପାଇଁ ମଧ୍ୟ ବିବାଦ ଘେରକୁ ଆସିଥିଲେ । ପୁନମ ପାଣ୍ଡେ ଜଣେ ଲୋକପ୍ରିୟ ମଡେଲ ଥିଲେ । ୨୦୧୧ କ୍ରିକେଟ୍ ବିଶ୍ୱକପ୍ ଫାଇନାଲ୍ ପୂର୍ବରୁ ଏକ ଭିଡିଓ ବାର୍ତ୍ତାରେ ଭାରତ ଫାଇନାଲ୍ ମ୍ୟାଚ୍ ଜିତିଲେ ସେ ଛଡ଼ାଇ ନେବେ ବୋଲି ପ୍ରତିଶ୍ରୁତି ଦେବା ପରେ ତାଙ୍କ ଲୋକପ୍ରିୟତା ଆକାଶଛୁଆଁ ହୋଇଯାଇଥିଲା। ନିଜର ଦୁଃସାହସିକ ଦାବି ସହିତ ସେ ପ୍ରଥମ ଥର ପାଇଁ ସମସ୍ତ ସୋସିଆଲ ମିଡିଆ ପ୍ଲାଟଫର୍ମରେ ତାଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ । ପୁନମ ପାଣ୍ଡେ ୨୦୧୩ରେ ଫିଲ୍ମ ‘ନଶା’ ଜରିଆରେ ବଲିଉଡରେ ଡେବ୍ୟୁ କରିଥିଲେ । ପୁନମ ପାଣ୍ଡେଙ୍କ ଦେହାନ୍ତ ଖବର ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.8 ° C
    23.8 °
    23.8 °
    99 %
    1.4kmh
    100 %
    Tue
    24 °
    Wed
    27 °
    Thu
    27 °
    Fri
    29 °
    Sat
    28 °

    ସମ୍ବନ୍ଧିତ