Saturday, July 27, 2024
24.8 C
Odisha

    ବିଜେଡିରେ ସାମିଲ ହେଲେ ଖରିଆର ବିଧାୟକ ଅଧିରାଜ ପାଣିଗ୍ରାହୀ

    ଆଗକୁ ପଢନ୍ତୁ

    ଶଙ୍ଖ ଧରିଲେ ଅଧିରାଜ ପାଣିଗ୍ରାହୀ । ଗତକାଲି କଂଗ୍ରେସ ଦଳରୁ ଇସ୍ତଫା ଦେବା ପରେ ଆଜି ବିଜୁ ଜନତା ଦଳରେ ବିଧିବଦ୍ଧ ଭାବେ ସାମିଲ ହେଇଛନ୍ତି ଖରିଆର ବିଧାୟକ । ଖରିଆରର କଂଗ୍ରେସ ବିଧାୟକ ଥିବା ଅଧିରାଜ ପାଣିଗ୍ରାହୀ ଗତକାଲି କଂଗ୍ରେସ ଦଳରୁ ଇସ୍ତଫା ଦେଇଥିଲେ । ଏହାପରେ ଶତାଧିକ ସମର୍ଥକଙ୍କ ସହ ଆସି ସେ ବିଜୁ ଜନତା ଦଳରେ ସାମିଲ ହେଇଛନ୍ତି । ଅଧିରାଜ ପାଣିଗ୍ରାହୀଙ୍କ ସମେତ ୩ ଜଣ ବ୍ଲକ ଚେୟାରମ୍ୟାନ୍, ୪୦ ଜଣ ସରପଞ୍ଚ ଓ ୩୪ ଜଣ ପଞ୍ଚାୟତ ସମିତି ସଦସ୍ୟ ଆଜି ବିଜୁ ଜନତା ଦଳରେ ସାମିଲ ହେଇଛନ୍ତି । ବିଜେଡି ସାଂସଦ ମାନସ ମଙ୍ଗରାଜ ଅଧିରାଜ ପାଣିଗ୍ରାହୀଙ୍କୁ ଦଳରେ ସ୍ୱାଗତ କରିଛନ୍ତି । ସୂଚନାଯୋଗ୍ୟ ଯେ, ନୂଆପଡା ଜିଲ୍ଲାର ଖରିଆର ବିଧାନସଭା ନିର୍ବାଚନ ମଣ୍ଡଳୀ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ଆସନ । ଏହି ଆସନରୁ ୨୦୧୯ ନିର୍ବାଚନରେ ବିଜେଡି ନେତା ଲମ୍ବୋଧର ନିଆଳଙ୍କୁ ହରାଇ ବିଧାନସଭାକୁ ଆସିଥିଲେ ଅଧିରାଜ ପାଣିଗ୍ରାହୀ । ତେଣୁ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ସେ ଦଳ ବଦଳାଇ ବିଜେଡିରେ ସାମିଲ ହେବା ପରେ, ତାଙ୍କୁ ବିଜେଡି ଟିକେଟ୍ ମିଳିବା ପକ୍କା ବୋଲି କୁହାଯାଉଛି । ଅନ୍ୟପଟେ କଂଗ୍ରେସର ଜଣେ ବିଧାୟକ ଦଳ ଛାଡି ବିଜେଡିରେ ସାମିଲ ହେବା ଓଡିଶା କଂଗ୍ରେସ ନେତାଙ୍କୁ ଚିନ୍ତାରେ ପକାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.8 ° C
    24.8 °
    24.8 °
    96 %
    1.2kmh
    100 %
    Sat
    26 °
    Sun
    27 °
    Mon
    30 °
    Tue
    30 °
    Wed
    25 °

    ସମ୍ବନ୍ଧିତ