Saturday, July 27, 2024
24.8 C
Odisha

    ଆସନ୍ତାକାଲି ଓଡ଼ିଆ ଆସୁଛନ୍ତି ଯୋଗୀ ଆଦିତ୍ୟନାଥ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର, ତା.୨୨/୦୫: ନୂତନ ଓଡିଶା ଗଠନ ପାଇଁ ରାଜ୍ୟ ରାଜନୀତିରେ ପରିବର୍ତନ ଆସିବ ଏବଂ ଓଡିଶାରେ ବିଜେପିର ସରକାର ଗଠନ ହେବ । ପ୍ରଥମ ଥର ପାଇଁ ବିଜେପି ରାଜ୍ୟରେ ଏକାକୀ ସରକାର ଗଠନ କରିବ ଏବଂ ଏହାର ନେତୃତ୍ୱ ନେବେ ଓଡିଆ । ମହାପ୬ଭୁ ଶ୍ରୀ ଜଗନ୍ନାଥଙ୍କ ରତ୍ନଭଣ୍ଡାର ସହିତ ଚାରି ଦ୍ୱାର ଖୋଲାଯିବ । ଓଡିଆ ଅସ୍ମିତାର ସୁରକ୍ଷା ହେବ ଆମର ପ୍ରାଥମିକତା । ରାଜ୍ୟ ବିକାଶରେ ବାଧକ ସାଜିଥିବା ଦୁର୍ନୀତିଖୋର ଓ ଭ୍ରଷ୍ଟାଚାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଗତ କାଲି ଶେଷ ହୋଇଥିବା ପ୍ରଥମ ଦୁଇଟି ପର୍ଯ୍ୟାୟ ନିର୍ବାଚନରେ ବିଜେପିକୁ ବ୍ୟାପକ ସମର୍ଥନ ମିଳିଛି । ଆସନ୍ତା ୨୫ ତାରିଖ ଏବଂ ଜୁନ ୧ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ବିଜେପିର ବିପୁଳ ବିଜୟ ହେବ । ଏହି ପରିପ୍ରେକ୍ଷୀରେ ବିଜେପିର ନିର୍ବାଚନ ପ୍ରଚାରକୁ ଶାଣିତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ନେତୃବୃନ୍ଦ ବିଭିନ୍ନ ସ୍ଥାନ ଗସ୍ତ କରୁଛନ୍ତି ।
    ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ ପ୍ରକାଶ ନଡ୍ଡା ଆସନ୍ତା କାଲି ୨୩ ତାରିଖ ପୂର୍ବାହ୍ନ ୧୧ଟାରେ କରଞ୍ଜିଆ, ମଧ୍ୟାହ୍ଣ ୧୨.୩୦ରେ ଧାମନଗର ନିର୍ବାଚନମଣ୍ଡଳୀର ଅସୁରାଳିଠାରେ, ଅପରାହ୍ନ ୨ଟାରେ ବଡଚଣା ଏବଂ ଅପରାହ୍ଣ ୪.୪୫ରେ ବାଲିକୁଦା-ଏରସମା ନିର୍ବାଚନମଣ୍ଡଳୀର ଏରସମାଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ ।
    ଆସନ୍ତା ୨୩ ତାରିଖ ଦିନ ଉତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ନିର୍ବାଚନୀ ପ୍ରଚାର ପାଇଁ ଓଡିଶା ଆସୁଛନ୍ତି । ଯୋଗୀ ଆଦିତ୍ୟନାଥ ୨୩ ତାରିଖ ପୂର୍ବାହ୍ନ ୧୦.୧୫ରେ ଚିଲିକା ନିର୍ବାଚନମଣ୍ଡଳୀର ବାଣପୁରଠାରେ ଏବଂ ପୂର୍ବାହ୍ନ ୧୧.୩୦ରେ ମାହାଙ୍ଗା ନିର୍ବାଚନମଣ୍ଡଲୀର କୁଳିଆ ମାର୍କେଟ ପଡିଆରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ ।
    ଆସନ୍ତା କାଲି ୨୩ତାରିଖ ଦିନ ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମା ସକାଳ ୮.୩୦ରେ ସମ୍ବଲପୁର ଗସ୍ତ କରି ପ୍ରଥମେ ମାଁ ସମଲେଶ୍ୱରୀଙ୍କ ଦର୍ଶନ କରି ଆର୍ଶୀବାଦ ଗ୍ରହଣ କରିବେ । ଏହାପରେ ସକାଳ ୦୯.୧୫ରେ ସମ୍ବଲପୁରଠାରେ ଥିବା ସ୍ୱର୍ଗତଃ ଲକ୍ଷ୍ମୀନାଥ ବେଜବରୁଆଙ୍କ ଜନ୍ମ ସ୍ଥାନକୁ ଯାଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିବେ । ଶ୍ରୀ ବିଶ୍ୱଶର୍ମା ଦେବଗଡଠାରେ ପୂର୍ବାହ୍ନ୧୦.୩୦ରେ ‘ରୋଡ୍ ଶୋ’ରେ ଯୋଗ ଦେବେ । ଏହି ଅବସରରେ କେନ୍‌ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ପ୍ରାର୍ଥୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ରହିବେ । ଶ୍ରୀ ବିଶ୍ୱଶର୍ମା ମଧ୍ୟାହ୍ଣ ୧.୩୦ରେ ଚଂପୁଆ ନିର୍ବାଚନମଣ୍ଡଳୀର ବଡବିଲ, ଅପରାହ୍ଣ ୩ଟାରେ ଚୌଦ୍ୱାର ଏବଂ ଅପରାହ୍ଣ ୪ଟାରେ ବଡମ୍ବାଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ ।
    ସେହିପରି କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା କାଲି ୨୩ ତାରିଖ ଦିନ ପୂର୍ବାହ୍ନ ୧୦.୩୦ରେ ଦେବଗଡଠାରେ ଅନୁଷ୍ଠିତ ରୋଡ ସୋ ରେ ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ସହିତ ଯୋଗ ଦେବେ । ଏହା ପରେ ଶ୍ରୀ ପ୍ରଧାନ ମଧ୍ୟାହ୍ନ ୧ଟାରେ ରେଙ୍ଗାଲିଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ ସେହିପରି ବୋଲି ରାଜ୍ୟ ଉପସଭାପତି ଶ୍ରୀ ଗୋଲକ ମହାପାତ୍ର ସୁଚନା ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.8 ° C
    24.8 °
    24.8 °
    96 %
    1.2kmh
    100 %
    Sat
    26 °
    Sun
    27 °
    Mon
    30 °
    Tue
    30 °
    Wed
    25 °

    ସମ୍ବନ୍ଧିତ