Thursday, February 5, 2026
30.5 C
Odisha

    ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ମିଳିବ ଗୃହ ନିର୍ମାଣ ପାଇଁ ଅଗ୍ରୀମ ଟଙ୍କା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ମିଳିବ ଗୃହ ନିର୍ମାଣ ପାଇଁ ଅଗ୍ରୀମ ଟଙ୍କା। ନୂଆ ଜମି କିଣିବା ଲାଗି ମଧ୍ୟ ଅଗ୍ରୀମ ଦିଆଯିବ। ପୁରୁଣା ଜମିରେ ନୂଆ କୋଠା ନିର୍ମାଣ ଏବଂ ନିର୍ମିତ ହୋଇଥିବା କୋଠା କିଣିବା ଲାଗି ମଧ୍ୟ ଅଗ୍ରୀମ ଅର୍ଥ ମିଳିବ। ଏସବୁ ପାଇଁ ଆବେଦନକାରୀମାନେ ଆବଶ୍ୟକ ତଥ୍ୟ ପ୍ରଦାନ କରିବାକୁ କୁହାଯାଇଛି। ଏନେଇ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କୁ ଚିଠି କରାଯାଇଛି। ଏଥିରେ ଆହୁରି କୁହାଯାଇଛି ଯେ ନୂଆ ଜମି କ୍ରୟ ପାଇଁ ଆବେଦନ କରିଥିବା ଆବେଦନ‌କାରୀମାନେ ଜମିର ତଥ୍ୟ ପ୍ରଦାନ କରିବେ। ଜମିର ମୂଲ୍ୟ ଏବଂ ବିକ୍ରେତାଙ୍କର ଏଗ୍ରିମେଣ୍ଟକୁ ଦାଖଲ କରିବେ। ସେହିପରି ପୁରୁଣା ଜମିରେ ନୂଆ କୋଠା ନିର୍ମାଣ ପାଇଁ କୋଠାବାଡ଼ି ନିର୍ମାଣ ବିଭାଗ କିମ୍ବା ବିଡିଏ, ହାଉସିଂ ବୋର୍ଡର କାର୍ଯ୍ୟକାରୀ ଯନ୍ତ୍ରୀଙ୍କ ଦ୍ଵାରା ଆକଳନ ତଥ୍ୟ ଦାଖଲ କରିବେ। ଏଥିସହ ହାଉସ ପ୍ଲାନ୍ ଦାଖଲ କରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.5 ° C
    30.5 °
    30.5 °
    20 %
    3.7kmh
    0 %
    Thu
    29 °
    Fri
    31 °
    Sat
    31 °
    Sun
    32 °
    Mon
    32 °

    ସମ୍ବନ୍ଧିତ