Monday, July 14, 2025
31.5 C
Odisha

    ଜାନୁଆରୀ ୨୯ରେ ଓଡ଼ିଶା ଆସିବେ କଂଗ୍ରେସ ସଭାପତି

    ଆଗକୁ ପଢନ୍ତୁ

    ଆସନ୍ତା ଜାନୁଆରୀ ୨୯ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ । ନିର୍ବାଚନକୁ ଆଉ ମାସ କେଇଟା ବାକି ଥିବା ବେଳେ ଖଡଗେଙ୍କ ଓଡ଼ିଶା ଗସ୍ତ ରାଜନୈତିକ ଦୃ୍ଷ୍ଟିକୋଣରୁ ବେଶ ଗୁରୁତ୍ୱପୂର୍ଣ୍ଣ । କଂଗ୍ରେସ ସଭାପତି ହେବା ପରେ ଏହା ଖଡଗେଙ୍କର ପ୍ରଥମ ଓଡ଼ିଶା ଗସ୍ତ । ଆଗକୁ ସାଧାରଣ ନିର୍ବାଚନ ଥିବାରୁ ସଙ୍ଗଠନକୁ ମଜବୁତ କରିବାକୁ ଦଳୀୟ କର୍ମୀଙ୍କୁ ମନ୍ତ୍ର ଦେବେ ଖଡଗେ ।
    ଏନେଇ ରାଜ୍ୟ କଂଗ୍ରେସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି । ୨୯ ତାରିଖରେ ଏକ ଜନସଭାକୁ ସମ୍ବୋଧିତ କରିବେ ଖଡ୍ଗେ । କାର୍ଯ୍ୟକ୍ରମରେ ଓଡିଶାର ବୁଥ୍ କମିଟି, ଜିଲ୍ଲା ସଭାପତି, ବ୍ଲକ୍ ସଭାପତିଙ୍କ ସହ ୫୦ ହଜାର ଲୋକ ଉପସ୍ଥିତ ରହିବେ । ଏହି କାର୍ଯ୍ୟକ୍ରମରେ ବିଜେଡି ଓ ବିଜେପିର ଦୁର୍ନିତୀ, ନିର୍ବାଚନ ସମୟରେ ଅର୍ଥ ଓ ବାହୁବଳର ପ୍ରତିହତ ପାଇଁ ନେତା ଓ କର୍ମୀଙ୍କୁ ଉପଦେଶ ଦେବେ ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ । ସାଧାରଣ ନିର୍ବାଚନ ପୂର୍ବରୁ ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ଦଳ ପକ୍ଷରୁ ଜୋରଦାର ଉଦ୍ୟମ କରାଯାଉଛି । ଏହାକୁ ନେଇ ଜାତୀୟ ନେତା ଓଡିଶା ମୁହାଁ ହେଲେଣି । ଆଗାମୀ ଦିନରେ ଭାରତ ଯୋଡ ନ୍ୟାୟ ଯାତ୍ରାରେ ଓଡିଶା ଦେଇ ଯିବେ ସାଂସଦ ରାହୁଲ ଗାନ୍ଧୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    31.5 ° C
    31.5 °
    31.5 °
    57 %
    3.9kmh
    100 %
    Mon
    32 °
    Tue
    30 °
    Wed
    31 °
    Thu
    30 °
    Fri
    31 °

    ସମ୍ବନ୍ଧିତ