Saturday, July 27, 2024
24.8 C
Odisha

    ଜାନୁଆରୀ ୨୨ରେ ଅଧା ଦିନ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର

    ଆଗକୁ ପଢନ୍ତୁ

    ଆସନ୍ତା ୨୨ ତାରିଖରେ ଅଯୋଧ୍ୟା ରାମ ମନ୍ଦିରର ପ୍ରତିଷ୍ଠା ଉତ୍ସବ ପାଇଁ କେନ୍ଦ୍ର ସରକାରଙ୍କ ବଡ ଘୋଷଣା । ଜାନୁଆରୀ ୨୨ ତାରିଖରେ ଅଧା ଦିନ ଛୁଟି ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଅପରାହ୍ନ ୨ଟା ୩୦ ଯାଏଁ ଛୁଟି ଘୋଷଣା କରିଛନ୍ତି ସରକାର । ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଅବସରରେ ସମସ୍ତ କେନ୍ଦ୍ର ସରକାରଙ୍କ କାର୍ଯ୍ୟାଳୟ, କେନ୍ଦ୍ରୀୟ ସଂସ୍ଥା ଓ କେନ୍ଦ୍ର ଅଧିନସ୍ଥ ଶିଳ୍ପାନୁଷ୍ଠାନ ଗୁଡିକ ଅପରାହ୍ନ ୨ଟା ୩୦ ଯାଏଁ ଛୁଟି ରହିବ । ଏହା ଏଥିପାଇଁ କରାଯାଉଛି ଯେପରି ସରକାରୀ କର୍ମଚାରୀ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଉତ୍ସବର ସିଧାପ୍ରସାରଣ ଦେଖିପାରିବେ ।

    କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାନାମାରେ କୁହାଯାଇଛି ଯେ, କର୍ମଚାରୀଙ୍କ ଭାବନା ଓ ଅନୁରୋଧକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଅଧାଦିନ ଛୁଟି ଘୋଷଣା କରିବାକୁ ନିଷ୍ପତ୍ତି ନେଇଛନ୍ତି । ସେହିଭଳି ରାମମନ୍ଦିରର ଉଦଘାଟନ ପାଇଁ କଣ ପ୍ରସ୍ତୁତି ରହିଛି ସେନେଇ କେନ୍ଦ୍ରମନ୍ତ୍ରୀଙ୍କ ଠାରୁ ଫିଡବ୍ୟାକ ନେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଏହାକୁ ଦୀପାବଳି ଭଳି ପାଳନ କରିବାକୁ କୁହାଯାଇଛି । ୨୨ ଜାନୁଆରୀରେ ପ୍ରତ୍ୟେକ ଘରେ ଦୀପ ପ୍ରଜ୍ୱଳନ କରିବା ସହ ଗରିବଙ୍କୁ ଖାଇବାକୁ ଦେବାକୁ କୁହାଯାଇଛି । ସେହିଭଳି ୨୨ ଜାନୁଆରୀ ପରେ ନିଜ ସଂସଦୀୟ କ୍ଷେତ୍ରର ଲୋକଙ୍କୁ ଅଯୋଧ୍ୟା ଆଣିବାକୁ ମଧ୍ୟ କୁହାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.8 ° C
    24.8 °
    24.8 °
    96 %
    1.2kmh
    100 %
    Sat
    26 °
    Sun
    27 °
    Mon
    30 °
    Tue
    30 °
    Wed
    25 °

    ସମ୍ବନ୍ଧିତ