Friday, December 27, 2024
18.3 C
Odisha

    ରାଜଧାନୀରୁ ହଟିବ ରାଜନୈତିକ ପୋଷ୍ଟର : ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ପୋଷ୍ଟର ହଟାଇବାକୁ ବିଏମସିର ନୋଟିସ୍

    ଆଗକୁ ପଢନ୍ତୁ

    ରାଜଧାନୀରୁ ହଟିବ ରାଜନୈତିକ ଲେଖା । ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିର୍ଦେଶ ପରେ ବିଏମ୍ସି ଅଞ୍ଚଳରୁ ସମସ୍ତ ରାଜନୈତିକ ଦଳର ପୋଷ୍ଟର ହଟିବା ପାଇଁ ପ୍ରସ୍ତୁତି କରିଛି ଭୁବନେଶ୍ୱର ମହାନଗର ନିଗମ । କାନ୍ଥ ଲେଖା ବି ଲିଭାଇବ ବିଏମସି । ନିର୍ବାଚନ ଆୟୋଗଙ୍କ ଚିଠି ଆଧାରରେ କାମ ଆରମ୍ଭ ହେବ । ଏହାସହ କାନ୍ଥ, ଗଛ ଓ ଖୁଂଟରେ ପୋଷ୍ଟର ଲଗାଇବା ଉପରେ କଟକଣା ଲଗାଯାଇଛି । ଭୁବନେଶ୍ୱରର ବିଭିନ୍ନ କାନ୍ଥ ଓ ପାଚେରୀରେ ଲେଖାଯାଇଥିବା ରାଜନୈତିକ ଲେଖା, ପୋଷ୍ଟର ଓ ବ୍ୟାନର ହଟାଯିବ । ନିର୍ବାଚନ ଆୟୋଗଙ୍କ ଗାଇଡ୍ ଲାଇନ୍ ଆଧାରରେ ଏହି କାମ କରାଯିବ ବୋଲି ବିଏମ୍ସି କମିଶନର ବିଜୟ ଅମୃତ କୁଲାଙ୍ଗେ ସୂଚନା ଦେଇଛନ୍ତି । ସମସ୍ତ ରାଜନୈତିକ ଦଳ ଗୁଡିକ ଏନେଇ ଅବଗତ ଅଛନ୍ତି । ଏବଂ ଏହି କାମରେ ବିଏମସିକୁ ସହଯୋଗ କରୁଥିବା କମିସନର ସୂଚନା ଦେଇଛନ୍ତି । ପୂର୍ବରୁ ଏହି ପୋଷ୍ଟରକୁ ନେଇ ଭୁବନେଶ୍ୱରରେ ରାଜନୈତିକ ବିବାଦ ଉପୁଜିଥିଲା । ସାଂସଦ ଅପରାଜିତାଙ୍କ ଲେଖା ଲିଭାଇ ବିଏମ୍ସି ଅଡୁଆରେ ପଡିଥିଲା । ତେବେ ଏହି କାର୍ଯ୍ୟ ପାଇଁ ବିଏମ୍ସି ପ୍ରାୟ ୧୦ ଲକ୍ଷ ଟଙ୍କା ଜରିମାନା ଆଦାୟ କରି ସାରିଛି । ୩୦ରୁ ଅଧିକ ଅନୁଷ୍ଠାନ ଓ ବ୍ୟକ୍ତିଙ୍କ ନାମରେ ଥାନାରେ ଏତଲା ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    18.3 ° C
    18.3 °
    18.3 °
    70 %
    1.9kmh
    0 %
    Fri
    18 °
    Sat
    29 °
    Sun
    29 °
    Mon
    28 °
    Tue
    28 °

    ସମ୍ବନ୍ଧିତ