Sunday, April 5, 2026
24.5 C
Odisha

    ଆମ ହସ୍ପିଟାଲ’ ଲୋକାର୍ପିତ: ଆଗାମୀ ୫ ବର୍ଷ ମଧ୍ୟରେ ୧୮୫୮ଟି ଡାକ୍ତରଖାନା ହେବ ‘ଆମ ହସ୍ପିଟାଲ’

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୧୫ଟି ଜିଲ୍ଲାରେ ୬୭ଟି ‘ଆମ ହସ୍ପିଟାଲ’, ଉମରକୋଟ ଉପଖଣ୍ଡ ହସ୍ପିଟାଲରେ ଡାଏଲେସିସ୍‌ ସେଣ୍ଟର, ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲ ଓ ଝାରସୁଗୁଡାରେ BMRC କାର୍ଡିଆକ୍ କେୟାର ହସ୍ପିଟାଲ ଲୋକାର୍ପିତ କରିଛନ୍ତି। ଏହା ସହିତ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଉପଜିଲ୍ଲା ଡାକ୍ତରଖାନାର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ ଯେ ‘ଆମ ହସ୍ପିଟାଲ’ରେ ସବୁ ବ୍ୟବସ୍ଥା ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି କରାଯାଇଛି। ଏହି କାର୍ଯ୍ୟକ୍ରମର ମୁଖ୍ୟ ଫୋକସ୍ ହେଉଛି ରୋଗୀଙ୍କ ସୁବିଧା ଓ ସେମାନଙ୍କ ପାଇଁ ଉନ୍ନତ ଚିକିତ୍ସା ବ୍ୟବସ୍ଥା। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ‘ଆମ ହସ୍ପିଟାଲ’ ଗୁଡିକ ଏକ ନୂଆ ଯୁଗ ରାଜ୍ୟରେ ଆରମ୍ଭ କରିବ। ସରକାରୀ ହସ୍ପିଟାଲ ଗୁଡିକରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ବିରାଟ ପରିବର୍ତ୍ତନ ଆଣିବ ବୋଲି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତରର ଚିତ୍ରକୁ ‘ଆମ ହସ୍ପିଟାଲ’ ଆହୁରି ଉଜ୍ଜ୍ୱଳ କରିବ। ୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତରୁ ମିଳିଥିବା ପ୍ରସ୍ତାବ ଓ ‘ମୋ ସରକାର’ ଜନମତ ସଂଗ୍ରହ ଭିତ୍ତିରେ ‘ଆମ ହସ୍ପିଟାଲ’ ଆରମ୍ଭ କରାଯାଇଛି ବୋଲି ସେ କହିଥିଲେ।
    ଏହା ସରକାରୀ ସ୍ତରରେ ଆମର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ବିରାଟ ପରିବର୍ତ୍ତନ ବୋଲି କହି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫-ଟି ଉପକ୍ରମରେ ହସ୍ପିଟାଲ ଗୁଡିକର ଭିତ୍ତିଭୂମି ବ୍ୟବସ୍ଥା, ରେଗୀମାନଙ୍କ ପାଇଁ ମୌଳିକ ସୁବିଧା ସୁଯୋଗ ଏବଂ ସେବା ଯୋଗାଇବା ପଦ୍ଧତିରେ ଉନ୍ନତି ଆଣାଯାଇଛି। ଗୁଣବତ୍ତାକୁ ମଧ୍ୟ ଏଠାରେ ସୁନିଶ୍ଚିତ କରାଯାଇଛି। ଆଗାମୀ ୫ ବର୍ଷ ମଧ୍ୟରେ ୧୮୫୮ଟି ଡାକ୍ତରଖାନାକୁ ଏହି କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି ଏବଂ ଏଥି ପାଇଁ ୨୦୨୩-୨୮ ମଧ୍ୟରେ ୩୩ ଶହ କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ କରାଯାଇଛି। ସଂପ୍ରତି ୧୪୯ଟି ଡାକ୍ତରଖାନାର ରୂପାନ୍ତରଣ କାର୍ଯ୍ୟ ଜାରି ରହିଛି ବୋଲି ସେ ସୂଚନା ଦେଇଥିଲେ।

    ରାଜ୍ୟର ସ୍ୱାସ୍ଥ୍ୟ ସେବା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲୋକଙ୍କୁ ଭଲ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ପାଇଁ ଗତ ୧ ବର୍ଷ ମଧ୍ୟରେ ୪,୦୦୦ ଡାକ୍ତର ଓ ୩,୭୦୦ ରୁ ଅଧିକ ନର୍ସଙ୍କୁ ନିଯୁକ୍ତି ଦିଆଯାଇଛି। ଧନୀ, ଗରୀବ ସମସ୍ତଙ୍କ ପାଇଁ ସରକାରୀ ଡାକ୍ତରଖାନାରେ ମାଗଣାରେ ଚିକିତ୍ସା ସୁବିଧା କରାଯାଇଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଆଜି ସାରା ଓଡିଶାରେ ମଡେଲ ହୋଇଛି। ଓଡିଶାବାସୀଙ୍କ ଚିକିତ୍ସା ଚିନ୍ତା ଦୂର କରିଛି। ‘ମୋ ପାଇଁ ସବୁ ଜୀବନ ମୂଲ୍ୟବାନ’ ଏହି ମନ୍ତ୍ରକୁ କାର୍ଯ୍ୟକାରୀ କରି ଆମେ ସମସ୍ତଙ୍କ ସହଯୋଗରେ ‘ସୁସ୍ଥ ଓଡିଶା, ସୁଖୀ ଓଡିଶା’ର ସ୍ୱପ୍ନ ନିଶ୍ଚୟ ପୂରଣ କରିବୁ ବୋଲି ମୁଖ୍ୟମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    24.5 ° C
    24.5 °
    24.5 °
    55 %
    2.5kmh
    79 %
    Sun
    36 °
    Mon
    38 °
    Tue
    37 °
    Wed
    38 °
    Thu
    38 °

    ସମ୍ବନ୍ଧିତ