Sunday, May 17, 2026
40.7 C
Odisha

    ଅଙ୍ଗନବାଡ଼ି କେନ୍ଦ୍ରରେ ଜୀବନ ହାରିଲେ କର୍ମୀ

    ଆଗକୁ ପଢନ୍ତୁ

    ସୋର: ବାଲେଶ୍ବର ଜିଲ୍ଲା ସୋର ଥାନା ଆଟପୁର ପଞ୍ଚାୟତ ହଂସୀପାଟଣା ଗ୍ରାମର ଜଣେ ଅଙ୍ଗନବାଡ଼ି କର୍ମୀ ଅଙ୍ଗନବାଡ଼ି କେନ୍ଦ୍ର ପରିସରରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ କର୍ମୀ ହେଲେ ଗ୍ରାମର ସବିତା ମହାନ୍ତି(୪୦)। ସବିତା ଗତ ୮ ବର୍ଷ ଧରି ସ୍ଥାନୀୟ ହଂସୀପଟଣା ଅଙ୍ଗନବାଡ଼ି କେନ୍ଦ୍ରରେ କାର୍ଯ୍ୟରତ ଥିଲେ। ଆଜି ସକାଳେ କେନ୍ଦ୍ରକୁ ଯାଇଥିବା ବେଳେ ଛୁଟି ପରେ ପିଲାମାନଙ୍କୁ ତାଙ୍କ ଘରେ ଛାଡିଥିଲେ। ସେଠାରୁ ଫେରିବା ପରେ ଦୀର୍ଘ ସମୟ ପର୍ଯ୍ୟନ୍ତ ଘରକୁ ନଫେରିବାରୁ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ। ପରେ ଅଙ୍ଗନବାଡ଼ି କେନ୍ଦ୍ରରେ ଚାବି ଭିତର ପଟୁ ପଡିଥିବା ଦେଖି ଚାବି ଭାଙ୍ଗିବା ପରେ ସବିତାଙ୍କୁ ଫୋନରେ ବେକରେ ରଶି ଲଗାଇ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରିଥିଲେ। ପରେ ତାଙ୍କୁ ଏକ ୧୦୮ ଆମ୍ବୁଲାନ୍ସ ଯୋଗେ ସୋର ଡାକ୍ତରଖାନାକୁ ଆଣିଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ସୋର ପୁଲିସ ଡାକ୍ତରଖାନାରେ ପହଞ୍ଚି ଶବ ବ୍ୟବଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ସହିତ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।ତେବେ ସବିତାଙ୍କର ୧୭ ବର୍ଷୀୟ ପୁଅ ଗତ ଦୁଇମାସ ତଳେ ବେକରେ ରାଶି ଲଗାଇ ଆତ୍ମହତ୍ୟା କରିଥିବା ବେଳେ ସେବେଠାରୁ ସେ ମାନସିକ ଭାରସାମ୍ୟ ହରାଇ ବସିଥିବା ସ୍ଥାନୀୟ ଲୋକେ କହିଛନ୍ତି। ତେବେ ଆଜି କେଉଁ କାରଣରୁ ସେ ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    40.7 ° C
    40.7 °
    40.7 °
    17 %
    2.7kmh
    100 %
    Sun
    41 °
    Mon
    42 °
    Tue
    45 °
    Wed
    46 °
    Thu
    46 °

    ସମ୍ବନ୍ଧିତ