Sunday, March 29, 2026
31.5 C
Odisha

    ଜଳୁଛି ଓଡ଼ିଶା: ୪୦ ଡିଗ୍ରି ଉପରେ ୨୭ ସହର; ଅନୁଗୁଳରେ ତାପମାତ୍ରା ୪୪. ୩ ଡିଗ୍ରି ରେକର୍ଡ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଜି ବି ରାଜ୍ୟବାସୀଙ୍କୁ ତାତିରୁ ନିସ୍ତାର ମିଳିପାରି ନାହିଁ। ରାଜ୍ୟର ୨୭ଟି ସହରରେ ଦିନତାପମାତ୍ର୪୦ ଡିଗ୍ରି ସେଲସିୟସ କିମ୍ବା ଅଧିକ ରେକର୍ଡ କରାଯାଇଛି। ଅନୁଗୁଳରେ ସର୍ବାଧିକ ୪୪.୩ ରେକର୍ଡ କରାଯାଇଛି। ୧୨ସହରରେ ଦିନ ତାପମାତ୍ରା ୪୩ କିମ୍ବା ଅଧିକ ରେକର୍ଡ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ ମୟୂରଭଂଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଯାଜପୁର, ବୌଦ୍ଧକୁ ପାଣିପାଗ ବିଭାଗର ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୭ ଜିଲ୍ଲାକୁ ଅଂରେଜ ୱାର୍ଣ୍ଣିଂ ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ୩୦ ତାରିଖ ପର୍ଯ୍ୟନ୍ତ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ଅସହ୍ୟ ତାତି ପାଇଁ ଉତ୍ତର ଓଡ଼ିଶା, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ପାଇଁ ମଧ୍ୟ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।

    ଆଗାମୀ ୨୪ ଘଣ୍ଟା ପାଇଁ ମୟୂରଭଞ୍ଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ନୂଆପଡ଼ା, ଅନୁଗୁଳ, ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ସୋନପୁର, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ନବରଙ୍ଗପୁର, ଦେବଗଡ଼, ବରଗଡ଼ ଓ ରାୟଗଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହା ସହ କୋରାପୁଟ ଓ ପୁରୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    31.5 ° C
    31.5 °
    31.5 °
    19 %
    1.7kmh
    0 %
    Sun
    34 °
    Mon
    40 °
    Tue
    38 °
    Wed
    39 °
    Thu
    41 °

    ସମ୍ବନ୍ଧିତ