୨୬ ରୁ ପୁଣି ରାଜ୍ୟରେ ବଡ ବର୍ଷା ସମ୍ଭାବନା

୨୬ ରୁ ପୁଣି ରାଜ୍ୟରେ ବଡ ବର୍ଷା ସମ୍ଭାବନା

ଆସନ୍ତା ୨୫ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାର ପାଣିପାଗ ବିଭାଗ ସୂଚନା ଦେଇଛି । ଏହାର ପ୍ରଭାବରେ ୨୬ ତାରିଖ ଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ସେହିପରି ୨୪ ଘଣ୍ଟା ପାଇଁ ରାଜ୍ୟର ୧୧ ଜିଲ୍ଲାରେ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଏହାସହ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ନୂଆପଡା, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଆଦି ୧୧ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି ।