Monday, November 16, 2026
17.6 C
Odisha

    ୭ ଜୁଲାଇରେ ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷା ନେଇ ଆଲର୍ଟ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆସନ୍ତା ଜୁଲାଇ ୭ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହୋଇପାରେ । ତେବେ ଜୁଲାଇ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିଅଣ୍ଟିଆ ବର୍ଷା ହେବ। ଆସନ୍ତା ସପ୍ତାହରେ ରାଜ୍ୟର ଅଧିକାଂଶ ସ୍ଥାନରେ ମୋଟ ବର୍ଷା ୫୦ରୁ ୬୦ମିମି ରହିବ । ଜୁଲାଇ ପ୍ରଥମମାର୍ଦ୍ଧରେ ରାଜ୍ୟରେ ବର୍ଷା ପରିମାଣ ୨୫% ନିଅଣ୍ଟିଆ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ଦେବଗଡ଼ରେ ୮୦ମିମିରୁ ଅଧିକ ବର୍ଷା ହୋଇପାରେ। ଜୁଲାଇ ୪ ତାରିଖରେ ମଧ୍ୟମ ପରିମାଣର ବର୍ଷା ହେବ । ୬ ତାରିଖ ଯାଏ ବିକ୍ଷିପ୍ତ ଭାବେ ସ୍ପଳ୍ପ ପରିମାଣର ବର୍ଷା ହୋଇପାରେ।
    ୧୦ରୁ ୧୭ ତାରିଖ ମଧ୍ୟରେ ଉତ୍ତର ଉପକୂଳରେ ମୋଟ ୫୦ରୁ ୬୦ମିମି ବର୍ଷା ହେବାର ସମ୍ଭାବନା ଅଛି। ଅନ୍ୟ ଅଞ୍ଚଳରେ ୭୦ରୁ ୮୦ମିମି ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି।

    ଜୁଲାଇ ପ୍ରଥମ ଓ ଦ୍ୱିତୀୟ ସପ୍ତାହରେ ନିଅଣ୍ଟିଆ ବର୍ଷା ସତ୍ତ୍ବେ ଚାଷ କାମରେ କୌଣସି ସମସ୍ୟା ହେବନି କାରଣ ମଝିରେ ମଝିରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    17.6 ° C
    17.6 °
    17.6 °
    81 %
    1.2kmh
    86 %
    Mon
    27 °
    Tue
    26 °
    Wed
    25 °
    Thu
    21 °
    Fri
    19 °

    ସମ୍ବନ୍ଧିତ