Thursday, April 30, 2026
29.3 C
Odisha

    ବିଜେପିରେ ଯୋଗ ଦେଲେ ଅନୁଭବ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: କେନ୍ଦ୍ରାପଡ଼ା ସାଂସଦ ତଥା ଲୋକପ୍ରିୟ ସିନେ ତାରକା ଅନୁଭବ ମହାନ୍ତି ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ଆଜି ଦିଲ୍ଲୀ ବିଜେପି କାର୍ଯ୍ୟାଳୟରେ ଦଳରେ ସାମିଲ ହୋଇଛନ୍ତି ଅନୁଭବ। ଦଳର ବରିଷ୍ଠ ନେତା ବିନୋଦ ତାୱଡ଼େ ଅନୁଭବ ମହାନ୍ତିଙ୍କୁ ଦଳରେ ସ୍ବାଗତ କରିଛନ୍ତି। ଦୁଇ ଦିନ ତଳେ ଅନୁଭବ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡିରୁ ଇସ୍ତଫା ଦେବା ପରେ ଅନୁଭବ କେଉଁ ଦଳକୁ ଯିବେ ତାହାକୁ ନେଇ ସସପେନ୍ସ ଲାଗି ରହିଥିଲା। କିନ୍ତୁ ଆଜି ଅନୁଭବ ବିଜେପିରେ ମିଶିଛନ୍ତି।  କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ନିଜର ଇସ୍ତଫାପତ୍ର ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଥିଲେ। ସେ ବିଜେପିରେ ଯୋଗ ଦେବା ନେଇ ଚର୍ଚ୍ଚା ଚାଲିଥିଲା। ଅନୁଭବ ମହାନ୍ତି ବିଜେଡିରୁ ଇସ୍ତଫା ଦେବା ସହ ଲେଖିଥିଲେ ଦଳ ମୁଖିଆଙ୍କୁ ଦେଖା କରିବାର ସୁଯୋଗ ମିଳୁନାହିଁ। ବାପାଙ୍କ ଦେହାନ୍ତ ପରେ ଦଳ ତରଫରୁ କୌଣସି ସମବେଦନା ମିଳିଲା ନାହିଁ। ତେବେ ବିଜେଡି ଛାଡ଼ିଥିଲେ ମଧ୍ୟ ଚଳିତ ନିର୍ବାଚନ ସେ ନିଶ୍ଚୟ ଲଢିବେ ବୋଲି କହିଥିଲେ । ୨୭ ଏପ୍ରିଲ ୨୦୧୩ରେ ବିଜେଡିରେ ସାମିଲ ହୋଇଥିଲେ ଅନୁଭବ। ୨୦୧୪ର ବିଜେଡି ଟିକେଟରେ ରାଜ୍ୟସଭା ସାଂସଦ ହୋଇଥିଲେ। ସର୍ବକନିଷ୍ଠ ରାଜ୍ୟସଭା ସାଂସଦ ଥିଲେ ଅନୁଭବ ମହାନ୍ତି। ତେବେ ୨୦୧୯ରେ କେନ୍ଦ୍ରାପଡ଼ା ସଂସଦୀୟ କ୍ଷେତ୍ରରୁ  ନିର୍ବାଚନ ମଇଦାନକୁ ଅନୁଭବଙ୍କୁ ଓହ୍ଲାଇଥିଲା ବିଜେଡି।  ବିଜେପିର ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କ ବିପକ୍ଷରେ ଅନୁଭବଙ୍କୁ ପ୍ରାର୍ଥୀ କରିଥିଲା ଦଳ। ସେ ବୈଜୟନ୍ତଙ୍କୁ ପରାସ୍ତ କରି କେନ୍ଦ୍ରାପଡ଼ା ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। କିନ୍ତୁ ଗତ କିଛି ବର୍ଷ ହେବ ବିଜେଡି ତାଙ୍କୁ ଅଣଦେଖା କରିଚାଲିଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    29.3 ° C
    29.3 °
    29.3 °
    35 %
    1.8kmh
    35 %
    Thu
    43 °
    Fri
    41 °
    Sat
    42 °
    Sun
    42 °
    Mon
    41 °

    ସମ୍ବନ୍ଧିତ