Saturday, March 28, 2026
24.4 C
Odisha

    ଇଭିଏମ ଭଙ୍ଗା ଘଟଣାରେ ପ୍ରଶାନ୍ତ ଜଗଦ୍ଦେବଙ୍କ ଭୂମିକା ନାହିଁ : ଅପରାଜିତା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀକୁ ନେଇ ସାମ୍ବାଦିକ ସମ୍ମିଳନୀ କରି ବର୍ଷିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ। ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ସହ କେଉଁ ପରିସ୍ଥିତିରେ ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରାଯାଇ ଜେଲ ପଠାଗଲା ବୋଲି ପ୍ରଶ୍ନ କରିଛନ୍ତି। ଯେଉଁ ବୁଥରେ ଇଭିଏମ ଭଙ୍ଗା ଯାଇଥିଲା ସେହି ସ୍ଥାନକୁ ସେ ନିଜେ ଯାଇଥିଲେ।ହେଲେ ସେଠାରେ ଜଣେ ବି କେହି ତାଙ୍କ ବିରୋଧରେ ଅଭିଯୋଗ କରିନାହାଁନ୍ତି। ପ୍ରଶାନ୍ତ ଇଭିଏମ ଭାଙ୍ଗିଥିବା ନେଇ କେହି ବି ଲୋକ ଅଭିଯୋଗ କରିନଥିଲେ। ବୁଥ ପରିସରରେ ଥିବା ସିସିଟିଭି କାହିଁକି ଚେକ୍‌ କରାଗଲାନାହିଁ। ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ।
    ଘଟଣା ଦିନର ସିସିଟିଭି ଫୁଟେଜ ଅପରାଜିତାଙ୍କ ହାତରେ ଲାଗିଥିବା କହିଛନ୍ତି। ଠିକ୍‌ ସମୟ ଆସିଲେ ସେ ଏହାକୁ ଉନ୍ମୋଚନ କରିବେ। ଏହାସହିତ ପ୍ରଶାନ୍ତ ଜଗଦ୍ଦେବଙ୍କ ଲୋକପ୍ରିୟତାକୁ ଦେଖି ସରକାର ଡରିଗଲେ କି? ତାଙ୍କ ବିରୋଧରେ ଷଡଯନ୍ତ୍ର କରାଯାଇଛି ବୋଲି କହିଛନ୍ତି ଅପରାଜିତା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.4 ° C
    24.4 °
    24.4 °
    56 %
    1.5kmh
    0 %
    Sat
    39 °
    Sun
    39 °
    Mon
    41 °
    Tue
    38 °
    Wed
    38 °

    ସମ୍ବନ୍ଧିତ