Monday, June 22, 2026
26.9 C
Odisha

    ପୁରୀରେ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ: ଖର୍ଚ୍ଚ ହେବ ୧୪ କୋଟି ଟଙ୍କା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଜିଲ୍ଲାର ୪ ଟି ବ୍ଲକର ୭ଟି ଗ୍ରାମପଞ୍ଚାୟତରେ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।
    ସୂଚନାଯୋଗ୍ୟ ଯେ ୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ପୁରୀ ଜିଲ୍ଲାର ବିଭିନ୍ନ ଗ୍ରାମପଞ୍ଚାୟତରେ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ପ୍ରସ୍ତାବ ଆସିଥିଲା। ଜନଶୁଣାଣି ପ୍ରସ୍ତାବକୁ ଦୃଷ୍ଟିରେ ରଖି ଆଜି ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲାର ବ୍ରହ୍ମଗିରୀ ବ୍ଲକର ଚାପମାଣିକ, ରେବଣା-ନୂଆଗାଁ, ବଡ ଦିଆଣ୍ଡି ଗ୍ରାମପଞ୍ଚାୟତ, କୃଷ୍ଣପ୍ରସାଦ ବ୍ଲକର ନୂଆପଡା ଓ ବଡନଳା ଗ୍ରାମପଞ୍ଚାୟତ, କଣାସ ବ୍ଲକର ବିଜିପୁର ଗ୍ରାମପଞ୍ଚାୟତ ଓ ପୁରୀ ସଦର ବ୍ଲକର ରାଇଗୋରଡ଼ା ଆଦି ଗ୍ରାମପଞ୍ଚାୟତମାନଙ୍କରେ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ପ୍ରତ୍ୟେକ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ୨ କୋଟି ଟଙ୍କା ହିସାବରେ ସମୁଦାୟ ୧୪ କୋଟି ଟଙ୍କା ବ୍ୟୟ କରାଯିବ। ପ୍ରସ୍ତାବିତ ଏହି ବାତ୍ୟା ଆଶ୍ରୟସ୍ଥଳୀଗୁଡ଼ିକର ନିର୍ମାଣ ଦାୟିତ୍ୱ ଗ୍ରାମ ଉନ୍ନୟନ ବିଭାଗକୁ ନ୍ୟସ୍ତ କରାଯାଇଛି। ପ୍ରକାଶଯୋଗ୍ୟ ଯେ ଏହି ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ଦ୍ୱାରା ବ୍ରହ୍ମଗିରୀ ବ୍ଲକର ବୁଦ୍ଧିସାହି, ରେବଣା-ନୂଆଗାଁ ଓ ବଡ ଦିଆଣ୍ଡି, କୃଷ୍ଣପ୍ରସାଦ ବ୍ଲକର ଜହ୍ନିକୁଦା, ଖୋଲାମୁହାଣ ଓ ବାଲିନାସୀ, କଣାସ ବ୍ଲକର ନନ୍ଦିଗୋଡା ଓ ପୁରୀ ସଦର ବ୍ଲକର ରାଇଗୋରଡ଼ା ଓ ନୂଆପଡ଼ା ଗ୍ରାମବାସୀ ଉପକୃତ ହେବେ।
    ସୂଚନାଯୋଗ୍ୟ ଯେ ସମୁଦ୍ର ଉପକୂଳବର୍ତ୍ତୀ ପୁରୀ ଜିଲ୍ଲା ଏକ ବାତ୍ୟାପ୍ରବଣ ଜିଲ୍ଲା। ଉପରୋକ୍ତ ୭ଟି ଗ୍ରାମପଞ୍ଚାୟତ ସମେତ ପ୍ରସ୍ତାବ ଆସିଥିବା ଜିଲ୍ଲାର ଅନ୍ୟ ସ୍ଥାନମାନଙ୍କରେ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ଉପଯୁକ୍ତ ସ୍ଥାନ ନିରୂପଣ କରିବାକୁ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    26.9 ° C
    26.9 °
    26.9 °
    72 %
    1.2kmh
    97 %
    Mon
    37 °
    Tue
    36 °
    Wed
    36 °
    Thu
    34 °
    Fri
    36 °

    ସମ୍ବନ୍ଧିତ