Sunday, June 21, 2026
39.2 C
Odisha

    ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ସଭ୍ୟ ପଦ ରଦ୍ଦ

    ଆଗକୁ ପଢନ୍ତୁ

    ରଦ୍ଦ ହେଲା ଦୁଇ ବିଧାୟକଙ୍କ ସଭ୍ୟ ପଦ । ଅରବିନ୍ଦ ଢାଲି ଏବଂ ପ୍ରେମାନନ୍ଦ ନାୟକଙ୍କ ବିଧାନସଭା ସଭ୍ୟ ପଦ ରଦ୍ଦ କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ । ସମ୍ବିଧାନର ନିୟମ ମୁତାବକ କାର୍ୟ୍ୟାନୁଷ୍ଠାନ ନେବା ସହିତ ବାଚସ୍ପତି ପ୍ରମିଳା ମଲ୍ଲିକ ଜୟଦେବ ବିଧାୟକ ଓ ତେଲକୋଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କରିଛନ୍ତି । ଏହି ଦୁଇ ବିଧାୟକ ବିଜେଡି ଛାଡିବା ପରେ ମାର୍ଚ୍ଚ ୧୮ ତାରିଖରେ ଶାସକ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ଏନେଇ ବାଚସ୍ପତିଙ୍କ ପାଖରେ ପିଟିସନ୍ ଦାୟର କରିଥିଲେ । ଶୁଣାଣି ପାଇଁ ଦୁଇ ବିଧାୟକଙ୍କୁ ଏଥିପାଇଁ ନୋଟିସ୍ କରାଯାଇଥିଲା । ହେଲେ ନୋଟିସର କୌଣସି ଉତ୍ତର ଖିନଥିଲେ ଦୁଇ ବିଧାୟକ । ଏହାପରେ ବାଚସ୍ପତି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ଦୁଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କରିଛନ୍ତି । ତେବେ ନିକଟରେ ଏହି ଦୁଇ ବିଧାୟକ ବିଜେଡି ଛାଡି ବିଜେପିରେ ସାମିଲ ହେଇଛନ୍ତି । ଏପରିକି ଅରବିନ୍ଦ ଢାଲିଙ୍କୁ ବିଜେପି ଜୟଦେବ ଆସନରୁ ଆଗାମୀ ନିର୍ବାଚନ ପାଇଁ ପ୍ରାର୍ଥୀ ମଧ୍ୟ ଘୋଷଣା କରିଥିଲା । ଅନ୍ୟପଟେ ପ୍ରେମାନନ୍ଦ ମଧ୍ୟ ଟିକେଟ୍ ପାଇବା ପାଇଁ ରେସରେ ଅଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    39.2 ° C
    39.2 °
    39.2 °
    28 %
    1kmh
    77 %
    Sun
    37 °
    Mon
    36 °
    Tue
    35 °
    Wed
    38 °
    Thu
    36 °

    ସମ୍ବନ୍ଧିତ