Saturday, October 3, 2026
29.5 C
Odisha

    ଆଶାକର୍ମୀଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କଲେ ରାଜ୍ଯ ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଆଶାକର୍ମୀମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଆଶାକର୍ମୀଙ୍କର ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରିଛନ୍ତି। ଏହାଦ୍ବାରା ରାଜ୍ୟର ୪୯,୫୨୨ ଆଶାକର୍ମୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୪୮.୫୭ କୋଟି ଟଙ୍କା ଖର୍ଚ୍ଚ କରିବେ। ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲାଗସ୍ତ ସମୟରେ ଆଶାକର୍ମୀ ତଥା ସେମାନଙ୍କ ସଙ୍ଗଠନଗୁଡ଼ିକ ତାଙ୍କୁ ଭେଟି ଏହି ପାରିଶ୍ରମିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ। ଏହି ନୂତନ ଘୋଷଣା ଅନୁଯାୟୀ, ଆଶାକର୍ମୀମାନଙ୍କ ମାସିକ ପାରିଶ୍ରମିକ ୪,୫୦୦ ଟଙ୍କାରୁ ୭,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ସେବା ନିବୃତ୍ତି ସମୟରେ ପୂର୍ବରୁ ସେମାନେ ୫୦ ହଜାର ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧ ଲକ୍ଷ ଟଙ୍କା ପାଇବେ। ସେମାନଙ୍କ ପାରିଶ୍ରମିକ ବାବଦରେ ପୂର୍ବରୁ ରାଜ୍ୟ ସରକାର ବାର୍ଷିକ ୫୯.୪୩ କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ବାର୍ଷିକ ୨୦୮ କୋଟି ଟଙ୍କା ଖର୍ଚ୍ଚ କରିବେ। ସେହିଭଳି ସେବା ନିବୃତ୍ତି ସହାୟତା ବାବଦରେ ୫୫ ଲକ୍ଷ ଟଙ୍କା ରାଜ୍ୟ ସରକାର ବ୍ୟୟ ବହନ କରିବେ। ସୂଚନାଯୋଗ୍ୟ, ଆଶାକର୍ମୀମାନେ ରାଜ୍ୟରେ ଗର୍ଭବତୀ ଓ ପ୍ରସୂତି ମହିଳାଙ୍କ ସହାୟତା ପାଇଁ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରି ଆସୁଛନ୍ତି। ଗର୍ଭବତୀ ଓ ପ୍ରସୂତି ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ସରକାରୀ ଯୋଜନା ସମ୍ପର୍କରେ ସେମାନେ ସଫଳ ଭାବେ ସଚେତନ କରିପାରୁଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.5 ° C
    29.5 °
    29.5 °
    57 %
    1.5kmh
    2 %
    Sat
    30 °
    Sun
    30 °
    Mon
    31 °
    Tue
    31 °
    Wed
    31 °

    ସମ୍ବନ୍ଧିତ