Saturday, July 27, 2024
24.6 C
Odisha

    ଓଡ଼ିଶାରେ ପହଞ୍ଚିଲେ ଅଶ୍ୱିନୀ ବୈଷ୍ଣବ । ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଦେଲେ ଧନ୍ୟବାଦ, ମହାପ୍ରଭୁଙ୍କର କଲେ ଆଶୀର୍ବାଦ ଭିକ୍ଷା

    ଆଗକୁ ପଢନ୍ତୁ

    ଓଡ଼ିଶାରେ ପହଞ୍ଚିଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଭୁବନେଶ୍ୱର ବିମାନ ବନ୍ଦରରେ ଅଶ୍ୱିନୀଙ୍କୁ ସ୍ୱାଗତ କରିଛନ୍ତି ବିଜେପି ନେତା ଓ କର୍ମୀ । ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ମୁଁ ବିଜେପିର ଜଣେ ଶୃଙ୍ଖଳିତ କର୍ମୀ । ମୋର ସାର୍ବଜନିକ ଜୀବନର ସମସ୍ତ ନିର୍ଣ୍ଣୟ ଦଳ ନିଏ । କେନ୍ଦ୍ରୀୟ ନେତୃତ୍ୱ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ । ମୋତେ ପୁଣିଥରେ ସୁଯୋଗ ଦେଇଥିବାରୁ ଧନ୍ୟବାଦ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଏଭଳି ସୁଯୋଗ ମିଳିଛି ।ଆଜି ସକାଳେ ଅଶ୍ୱିନୀଙ୍କୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଥିଲା ବିଜେପି । ଏହାର କିଛି ସମୟ ପରେ ଅଶ୍ୱିନୀଙ୍କ ରାଜ୍ୟସଭା ପ୍ରାର୍ଥୀତ୍ୱକୁ ସମର୍ଥନ ଜଣାଇଥିଲା ବିଜେଡି । ରାଜ୍ୟର ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ଅଶ୍ୱିନୀଙ୍କୁ ବିଜେଡି ସମର୍ଥନ ଜଣାଇଥିବା ନେଇ ପ୍ରେସ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଥିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ରେଲୱେ ଓ ଟେଲିକମ କ୍ଷେତ୍ରରେ ରାଜ୍ୟର ସ୍ୱାର୍ଥକୁ ଦୃଷ୍ଟିରେ ରଖି ସମର୍ଥନ ଘୋଷଣା କରିଛି ବିଜେଡି । ଏହାପୂର୍ବରୁ ୨୦୧୯ରେ ମଧ୍ୟ ବିଜେଡି ସମର୍ଥନରେ ରାଜ୍ୟସଭାକୁ ଯାଇଥିଲେ ଅଶ୍ୱିନୀ ବୈଷ୍ଣବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    94 %
    4.3kmh
    100 %
    Sat
    25 °
    Sun
    29 °
    Mon
    30 °
    Tue
    30 °
    Wed
    28 °

    ସମ୍ବନ୍ଧିତ