Sunday, September 27, 2026
29.2 C
Odisha

    ରତ୍ନଭଣ୍ଡାରରୁ ସ୍ଥାନାନ୍ତରଣ ପ୍ରକ୍ରିୟା ଶେଷ ହେବା ପରେ ମରାମତି କାର୍ଯ୍ୟ ହାତକୁ ନେବ ଏଏସଆଇ

    ଆଗକୁ ପଢନ୍ତୁ

    ପୁରୀ: ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (ଏସଓପି) ଅନୁସାରେ, ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ସ୍ଥାନାନ୍ତରଣ ପ୍ରକ୍ରିୟା ଶେଷ ହେବା ପରେ ଏଏସଆଇ ସଂରକ୍ଷଣ ତଥା ମରାମତି କାର୍ଯ୍ୟ ହାତକୁ ନେବ। ତେବେ ଏହା ପୂର୍ବରୁ ପରିଚାଳନା କମିଟିର ନିଷ୍ପତ୍ତି ପ୍ରକାରେ ଏ.ଏସ.ଆଇ ଦ୍ବାରା ରତ୍ନଭଣ୍ଡାରର ସାମଗ୍ରିକ ବୈଷୟିକ ଯାଞ୍ଚ କରାଯିବାକୁ ଡିଜି, ଏଏସଆଇଙ୍କୁ ପତ୍ର ଲେଖିଛନ୍ତି ମୁଖ୍ୟ ପ୍ରଶାସକ, ଡ. ଅରବିନ୍ଦ ପାଢୀ। ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଏହି ସର୍ଭେ କରାଯିବାକୁ ଅନୁରୋଧ କରାଯାଇଥିବାବେଳେ ଏହା ଦ୍ବାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡିବ ସେଥିପ୍ରତି ଧ୍ୟାନ ଦେବାକୁ ସ୍ପଷ୍ଟ ଭାବେ ପତ୍ରରେ ଉଲ୍ଲେଖ କରାଯାଇଛି ।

    ଏଥିସହ ସାମଗ୍ରିକ ବୈଷୟିକ ସର୍ଭେ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ କରିଥିବା ଏସଓପି ମଧ୍ୟ ଏଏସଆଇ ନିକଟକୁ ପଠାଯାଇଛି l ଏହି ବୈଷୟିକ ଯାଞ୍ଚ ଆଇଆଇଟି ଏବଂ ସିବିଆରଆଇ ଭଳି ଉଚ୍ଚମାନର ଅନୁଷ୍ଠାନ ମାନଂକ ଦ୍ବାରା କରାଯିବାକୁ ଏଏସଆଇକୁ ପରାମର୍ଶ ଦିଆଯାଇଛି। ରତ୍ନଭଣ୍ଡାରର ସାମଗ୍ରିକ ବୈଷୟିକ ଯାଞ୍ଚ ଶେଷ ହେବା ପରେ ତୁରନ୍ତ ସଂରକ୍ଷଣ ଏବଂ ମରାମତି କାମ ହାତକୁ ନେବାକୁ ଏଏସଆଇକୁ ଅନୁରୋଧ କରାଯାଇଛି, ଯାହାଫଳରେ ଅସ୍ଥାୟୀ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଏବଂ ମୂଲ୍ୟବାନ ସାମଗ୍ରୀଗୁଡ଼ିକର ଗଣତି ମଣତି କରାଯାଇ ପୁଣି ଥରେ ମୂଳ ରତ୍ନଭଣ୍ଡାରକୁ ସେସବୁକୁ ଫେରାଇ ଅଣାଯାଇ ସୁରକ୍ଷିତ ରଖାଯିବ ବୋଲି ମୁଖ୍ୟ ପ୍ରଶାସକ ଚିଠିରେ ଅନୁରୋଧ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    29.2 ° C
    29.2 °
    29.2 °
    69 %
    3.8kmh
    30 %
    Sun
    29 °
    Mon
    30 °
    Tue
    29 °
    Wed
    30 °
    Thu
    30 °

    ସମ୍ବନ୍ଧିତ