Saturday, October 3, 2026
23.6 C
Odisha

    ଆଜିଠୁ ପୁଣି ବିଧାନସଭା ଅଧିବେଶନ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଜିଠାରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ବୈଠକ ଆରମ୍ଭ ହେବ। ଜୁଲାଇ ୨୨ରୁ ୩୧ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଅଧିବେଶନ ବସିଥିଲା। ଏଥିରେ ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଥିଲେ। ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ଅଗଷ୍ଟ ୨୦ରୁ ସେପ୍ଟେମ୍ବର ୧୩ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ଆସନ୍ତାକାଲି ବିଭାଗୀୟ ସ୍ଥାୟୀ କମିଟିମାନଙ୍କର ରିପୋର୍ଟ ଉପସ୍ଥାପନ ହେବ। ଏହାପରେ ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୯ ପର୍ଯ୍ୟନ୍ତ ବିଭିନ୍ନ ବିଭାଗକୁ ମିଳିଥିବା ଅନୁଦାନ ନିମନ୍ତେ ଖର୍ଚ୍ଚ ଦାବି ଆଲୋଚନା ହେବ। ସେପ୍ଟେମ୍ବର ୧୦ରେ ୨୦୨୪-୨୫ ମସିହା ପାଇଁ ବଜେଟ୍ ଉପରେ ବିନିଯୋଗ ବିଲ୍ ଆସିବ। ସେପ୍ଟେମ୍ବର ୧୨ ଓ ୧୩ରେ ବେସରକାରୀ ସଭ୍ୟଙ୍କ କାର୍ଯ୍ୟଦିବସ ରହିଛି। ଅପରପକ୍ଷେ ପ୍ରଥମ ପର୍ଯ୍ୟାୟ ଅଧିବେଶନରେ ବିରୋଧୀ ବିଭିନ୍ନ ପ୍ରସଙ୍ଗରେ ବାରମ୍ବାର ଗୃହ ତ୍ୟାଗ କରିଥିବାବେଳେ କେବଳ ଶାସକ ଦଳ ସଭ୍ୟଙ୍କୁ ନେଇ ଗୃହ ଚାଲିଥିଲା। ତେଣୁ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନରେ ବିରୋଧୀ ସେହି ପୁରୁଣା ଦାବିକୁ ପୁଣି ଉଠାଉଛନ୍ତି ନା ଗୃହ କାର୍ଯ୍ୟ ସ୍ବାଭାବିକ ହେବାରେ ସହଯୋଗ କରୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର ଅଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.6 ° C
    23.6 °
    23.6 °
    79 %
    1.6kmh
    7 %
    Sat
    23 °
    Sun
    30 °
    Mon
    31 °
    Tue
    31 °
    Wed
    31 °

    ସମ୍ବନ୍ଧିତ