Wednesday, September 16, 2026
24.4 C
Odisha

    ବରିଷ୍ଠ ସୁପରଭାଇଜରଙ୍କୁ ଆକ୍ରମଣ ଘଟଣା: ଅଭିଯୁକ୍ତ ନିଲମ୍ବିତ, ଶ୍ରୀମନ୍ଦିରରେ ପ୍ରବେଶ ମନା

    ଆଗକୁ ପଢନ୍ତୁ

    ପୁରୀ: ଶ୍ରୀମନ୍ଦିରରେ ନିଷିଦ୍ଧ ରାବିଡ଼ି ବିକ୍ରିକୁ କେନ୍ଦ୍ର କରି ଆନନ୍ଦବଜାର ବରିଷ୍ଠ ସୁପରଭାଇଜର ବକ୍ସି ରାମଚନ୍ଦ୍ର ପଢ଼ିଆରୀଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତ ଚନ୍ଦନ ସାମନ୍ତରାଙ୍କୁ ନିଲମ୍ବିତ କରାଯାଇଛି। ତାଙ୍କୁ ସେବାୟତ ସେବାରୁ ନିଲମ୍ବିତ କରାଯିବା ସହ ଅନ୍ୟାଦେଶ ପର୍ଯ୍ୟନ୍ତ ରୋଷଘର ଭିତରକୁ ପ୍ରବେଶକୁ ବି ବାରଣ କରାଯାଇଛି। ଶ୍ରୀମନ୍ଦିର ପ୍ରବେଶରେ କଟକଣା କରାଯାଇଥିବା ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ଶ୍ରୀମନ୍ଦିରରେ କୌଣସି ପ୍ରକାରର ବିଶୃଙ୍ଖଳାକୁ ବି ବରଦାସ୍ତ କରାଯିବ ନାହିଁ ବୋଲି ସେ କହିଛନ୍ତି।
    ସୂଚନାଯୋଗ୍ୟ, ଗତକାଲି ସନ୍ଧ୍ୟାରେ ଶ୍ରୀମନ୍ଦିରରୁ ଡ୍ୟୁଟି ସାରି ପଶ୍ଚିମଦ୍ବାର ଦେଇ ବାହାରି ଘରକୁ ଫେରୁଥିବା ସମୟରେ ପରିକ୍ରମା ପ୍ରକଳ୍ପ ଭିତରେ ଶ୍ରୀ ପଢ଼ିଆରୀଙ୍କୁ ଆକ୍ରମଣ ହୋଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଚିକିତ୍ସା ନିମନ୍ତେ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟବସ୍ଥା ସଂକଟାପନ୍ନ ଥିବାରୁ ତାଙ୍କୁ କଟକ ଏସ୍‌ସିବିରେ ଭର୍ତ୍ତି କରାଯାଇଛି। ଖବର ପାଇ ଜିଲ୍ଲାପାଳ ସିଦ୍ଧାର୍ଥ ସ୍ବାଇଁ ଡାକ୍ତରଖାନାରେ ପହଞ୍ଚି ତାଙ୍କ ସ୍ବାସ୍ଥ୍ୟବସ୍ଥା ବୁଝିଥିଲେ। ଏହି ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ ଶ୍ରୀ ସ୍ବାଇଁ ଗଣମାଧ୍ୟମକୁ କହିଥିଲେ। ଅପରପକ୍ଷେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ଘଟଣାକୁ ଗୁରୁତ୍ବର ସହ ନେଇ କଡ଼ା ପଦକ୍ଷେପ ନିଆଯିବ ବୋଲି କହିଥିଲେ। ଡ. ପାଢ଼ୀ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ଆହତ ଶ୍ରୀ ପଢ଼ିଆରୀଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    24.4 ° C
    24.4 °
    24.4 °
    86 %
    1.4kmh
    19 %
    Tue
    24 °
    Wed
    31 °
    Thu
    31 °
    Fri
    30 °
    Sat
    31 °

    ସମ୍ବନ୍ଧିତ