Monday, March 10, 2025
35.7 C
Odisha

    ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୫ରୁ ରାତି ୧୦ ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ

    ଆଗକୁ ପଢନ୍ତୁ

    ପୁରୀ : ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ଣ କରିବେ । ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଅପରାହ୍ନ ୫ଟା ରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ପ୍ରାୟ ପାଞ୍ଚ ଘଣ୍ଟା ଧରି ଏହି ନୀତି ଚାଲିବାକୁ ଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

    ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.7 ° C
    35.7 °
    35.7 °
    15 %
    3.4kmh
    0 %
    Mon
    35 °
    Tue
    37 °
    Wed
    40 °
    Thu
    41 °
    Fri
    41 °

    ସମ୍ବନ୍ଧିତ