Monday, March 30, 2026
37.6 C
Odisha

    ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି; ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

    ଆଗକୁ ପଢନ୍ତୁ

    ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି। ସନ୍ଧ୍ୟାରେ ୩ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ପବିତ୍ର ମାଘ କୃଷ୍ଣପକ୍ଷ ପଞ୍ଚମୀ ତିଥିରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ପାରମ୍ପରିକ ରଙ୍ଗ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି।ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ୬ଟାରୁ ରାତି ୯ ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ସହ ଅନ୍ୟ ନୀତିକାନ୍ତି ଆରମ୍ଭ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    37.6 ° C
    37.6 °
    37.6 °
    15 %
    1.5kmh
    43 %
    Mon
    38 °
    Tue
    39 °
    Wed
    39 °
    Thu
    41 °
    Fri
    40 °

    ସମ୍ବନ୍ଧିତ