Saturday, March 14, 2026
23.2 C
Odisha

    ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

    ଆଗକୁ ପଢନ୍ତୁ

    ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି । ଚୈତ୍ର ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥିରେ ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହୁଏ । ସନ୍ଧ୍ୟା ୬ରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି । ଏହା ମହାପ୍ରଭୁଙ୍କ ଏକ ଗୁପ୍ତନୀତି ହୋଇଥିବାରୁ ପ୍ରଭୁଙ୍କ ମୁଖ ଶୃଙ୍ଗାର କରାଯାଏ । ଏହି ନୀତି ପାଇଁ ଜୟା ବିଜୟ ଦ୍ୱାର ବନ୍ଦ ରହିବା ସହ ଦ୍ୱିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ମୁଖ ଶୃଙ୍ଗାର କରିଥାନ୍ତି ।
    ଶ୍ରୀମୁଖ ଶୃଙ୍ଗାର ପାଇଁ ହିଙ୍ଗୁଳ ,ହରିତାଳ ,କସ୍ତୁରୀ ଇତ୍ୟାଦି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇଦିଆଯାଏ । ଆଜି ସନ୍ଧ୍ୟା ୬ରୁ ରାତି ୧୦ ଯାଏଁ ବନ୍ଦ ରହିଥିବାରୁ ଏହି ୪ ଘଣ୍ଟା ଭକ୍ତ ମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.2 ° C
    23.2 °
    23.2 °
    50 %
    2.3kmh
    0 %
    Fri
    23 °
    Sat
    38 °
    Sun
    38 °
    Mon
    39 °
    Tue
    38 °

    ସମ୍ବନ୍ଧିତ