Saturday, January 31, 2026
22.7 C
Odisha

    ଓଡ଼ିଶାରୁ ଗଡ଼ିଲା ଦୁଇ ବନ୍ଦେ ଭାରତ ଏକ୍ସପ୍ରେସ୍

    ଆଗକୁ ପଢନ୍ତୁ

    ବ୍ରହ୍ମପୁର/ରାଉରକେଲା: ଓଡ଼ିଶାରୁ ଦୁଇ ବନ୍ଦେ ଭାରତ ଏକ୍ସପ୍ରେସ୍ ଗଡ଼ିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି। ଏହା ସହିତ ରାଉରକେଲା-ହାୱଡ଼ା ବନ୍ଦେ ଭାରତର ଶୁଭାରମ୍ଭ ପ୍ରଧାନମନ୍ତ୍ରୀ ଭର୍ଚ୍ଚୁଆଲ ମାଧ୍ୟମରେ କରିଛନ୍ତି। ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସ୍ ବ୍ରହ୍ମପୁରରୁ ବାହାରି ବାଲୁଗାଁ, ଖୋର୍ଦ୍ଧାରୋଡ଼ ଭୁବନେଶ୍ବର, କଟକ, ଜଖପୁରା, ହରିଚନ୍ଦନପୁର, କେନ୍ଦୁଝରଗଡ଼ ନୟାଗଡ଼ ବାଂଶପାଣି, ଡାଙ୍ଗୋଆପୋଷି, ଚାଇବାସା ହୋଇ ଟାଟାନଗରରେ ପହଞ୍ଚିବ।
    ସେହିପରି ରାଉରକେଲା ଷ୍ଟେସନରୁ ପ୍ରଧାନମନ୍ତ୍ରୀ ରାଉରକେଲା-ହାୱାଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ରାଉରକେଲା ଷ୍ଟେସନରେ ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ଥିଲେ।

    ରାଉରକେଲା-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ ରାଉରକେଲାରୁ ହାୱଡ଼ା ମଧ୍ୟରେ କେବଳ ୩ଟି ଷ୍ଟେସନ ଚକ୍ରଧରପୁର, ଟାଟାନଗର ଅଟକିବ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ୬ଟି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ପତାକା ଦେଖାଇ କରିଛନ୍ତି। ଓଡ଼ିଶାରୁ ଦୁଇଟି ବନ୍ଦେ ଭାରତ ଗଡ଼ିଥିବାବେଳେ ଅନ୍ୟ ୪ଟି ବନ୍ଦେ ଭାରତ ଏକ୍ସପ୍ରେସ୍ ମଧ୍ୟ ଶୁଭାରମ୍ଭ ହୋଇଛି। ସେଥିମଧ୍ୟରେ ଦେଓଘର-ବାରଣାସୀ, ଭାଗଲପୁର-ହାୱଡ଼ା, ଟାଟାନଗର-ପାଟନା ଏବଂ ଗୟା-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍ ରହିଛି। ଏହା ସହିତ ସେ ପ୍ରଧାନ ମନ୍ତ୍ରୀ ଆୱାସ ଯୋଜନା ପରିମାଣକୁ ଅନଲାଇନରେ ସ୍ଥାନାନ୍ତର କରିଛନ୍ତି। ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ ୬୫୦ କୋଟି ଟଙ୍କା ମୂଲ୍ୟର ରେଳ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    22.7 ° C
    22.7 °
    22.7 °
    52 %
    0.6kmh
    88 %
    Sat
    30 °
    Sun
    31 °
    Mon
    32 °
    Tue
    32 °
    Wed
    33 °

    ସମ୍ବନ୍ଧିତ