Wednesday, October 23, 2024
21.7 C
Odisha

    ହଜାର ହଜାର ସମର୍ଥକଙ୍କ ସହ ବିଜେଡିରେ ମିଶିଲେ ବାପି ସର୍ଖେଲଙ୍କ ପତ୍ନୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବିଜେଡିରେ ସାମିଲ ହେଲେ ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା ସର୍ଖେଲ। ହଜାର ହଜାର ସମର୍ଥକଙ୍କ ସହ ଆସି ବିଜେଡିରେ ଯୋଗ ଦେଇଛନ୍ତି ମୋନିଦୀପା । ସେ ବର୍ତ୍ତମାନ ପାରାଦ୍ୱୀପ-ଏରସମା ଶିଳ୍ପାଞ୍ଚଳ ବିକାଶ ପରିଷଦର କାର୍ଯ୍ୟକାରୀ ସଭାପତି ଅଛନ୍ତି । ତାଙ୍କ ସମର୍ଥନରେ ଜିତିଥିବା ସାତ ସ୍ୱାଧୀନ କାଉନସିଲର ବି ବିଜେଡିରେ ଯୋଗ ଦେଇଛନ୍ତି । ସେମାନେ ହେଲେ ଛବିଲତା ରାଉତ, ଜୟନ୍ତୀ ମାଦେଲି, ସ୍ବପନାରାଣୀ ଜେନା, ବନିତା ରାଉତ, ଶୁକ୍ରମଣି ନାଗ, ସୌଦାମିନୀ ରାଉତ , ରୁନିବାଳା ପରିଡା, ଜଗନା ରାଓ କାମଲା । ସେମାନଙ୍କୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଏବଂ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ ସ୍ୱାଗତ କରିଛନ୍ତି ସାଂସଦ ମାନସ ମଙ୍ଗରାଜ । ନବୀନ ପଟ୍ଟନାୟକଙ୍କ ବିକାଶ ଧାରାରେ ଅନୁପ୍ରାଣୀତ ହୋଇ ବିଜେଡିରେ ସାମିଲ ହେବାକୁ ସେମାନେ ଆବେଦନ କରିଥିଲେ । ମୁଖ୍ୟମନ୍ତ୍ରୀ କାହାକୁ ଅଣଦେଖା କରନ୍ତି ନାହିଁ । ସେ କାମରେ ବିଶ୍ୱାସ କରନ୍ତି । କର୍ମୀମାନେ ଲଢୁଆ ସୈନିକ ଭାବେ କାମ କରିବେ । ସମସ୍ତେ ଦଳରେ ଉଚିତ ପ୍ରାପ୍ୟ ପାଇବେ ବୋଲି କହିଛନ୍ତି ସାଂସଦ ମାନସ ମଙ୍ଗରାଜ ।

    ଜଗତସିଂହପୁର ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ଅରୁଣ ସାହୁ କହିଥିଲେ – ଆଜି ବିଜେଡି ସାରା ଓଡ଼ିଶାର ଆଶା ଓ ବିଶ୍ୱାସର ଦଳ ପାଲଟିଛି । ସାଢେ ଚାରି କୋଟି ଲୋକଙ୍କ ହୃଦୟର ନେତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯେଉଁମାନେ ମିଶିଲେ ସେମାନେ ଦଳକୁ ସୁଦୃଢ କରିବାକୁ ସମସ୍ତେ କାମ କରିବେ । ବିଜେଡି ଶୃଙ୍ଖଳିତ ଓ ସଂଗଠିତ ଦଳ । ଏହି ମିଶ୍ରଣ ଯୋଗୁଁ ଜଗତସିଂହପୁର ଜିଲ୍ଲାରେ ସଂଗଠନ ଆହୁରି ସୁଦୃଢ ହେବ । ପାରାଦ୍ୱୀପ ବିଧାୟକ ସମ୍ବିତ ରାଉତରାୟ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣୀତ ହୋଇ ସେମାନେ ବିଜେଡିରେ ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଓ ସଂଗଠନ ସମ୍ପାଦକଙ୍କ ଅନୁମୋଦନରେ ମିଶ୍ରଣ ହୋଇଛି ।
    ସେହିପରି ବିଜେଡିରେ ସାମିଲ ହେବା ଅବସରରେ ମୋନିଦୀପା କହିଛନ୍ତି, ବିଜୁ ପଟ୍ଟନାୟକଙ୍କ ସୁପୁତ୍ର ନବୀନ ପଟ୍ଟନାୟକ ଆଦର୍ଶ ମୁଖ୍ୟମନ୍ତ୍ରୀ । ତାଙ୍କ କାର୍ଯ୍ୟଧାରା ଓ ନିର୍ମଳ ଭାବମୂର୍ତ୍ତିରେ ଅନୁପ୍ରାଣୀତ ହୋଇ ବିଜେଡିରେ ମିଶିଛି । ଏଥିପାଇଁ ସାଂସଦ ମାନସ ମଙ୍ଗରାଜ. 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.7 ° C
    21.7 °
    21.7 °
    69 %
    1.8kmh
    100 %
    Wed
    22 °
    Thu
    25 °
    Fri
    26 °
    Sat
    25 °
    Sun
    22 °

    ସମ୍ବନ୍ଧିତ