Saturday, March 14, 2026
38.1 C
Odisha

    ବରମୁଣ୍ଡା ଆମ୍ବେଦକର ବସ୍‌ ଟର୍ମିନାଲରେ ହେବ ପୁଲିସ୍‌ ଆଉଟପୋଷ୍ଟ, ନିଯୁକ୍ତି ପାଇବେ ୮୯ ପୁଲିସ୍‌ କର୍ମଚାରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ନିକଟରେ ଉଦ୍‌ଘାଟିତ ହେବାକୁ ଥିବା ଭୁବନେଶ୍ବର ଡ. ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲରେ ଏକ ପୁଲିସ୍‌ ଆଉଟପୋଷ୍ଟ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିରେ ୮୯ ଜଣ ପୁଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ। ସୂଚନାଯୋଗ୍ୟ ଯେ ୫ଟି ଉପକ୍ରମରେ ଏହି ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲର ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଖୁବ୍‌ ଶୀଘ୍ର ଏହା ଲୋକାର୍ପିତ ହେବ। ଏଠାକୁ ଦୈନିକ ୭୦୦ ରୁ ୮୦୦ ବସ୍‌ ଯାତାୟତ କରିବ। ଭବିଷ୍ୟତରେ ବସ୍‌ ସଂଖ୍ୟା ୧୭୦୦ ରୁ ୧୮୦୦କୁ ବୃଦ୍ଧି ପାଇପାରେ। ତା ସହିତ ଦୈନିକ ୩୫ ରୁ ୪୫ ହଜାର ଯାତ୍ରୀ ମଧ୍ୟ ଯିବା ଆସିବା କରିବେ ବୋଲି ଆକଳନ କରାଯାଇଛି । ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଭିନ୍ନ ସମୟରେ ନିର୍ମାଣାଧୀନ ଟର୍ମିନାଲକୁ ଯାଇ ଏହାର ଅଗ୍ରଗତି ସମୀକ୍ଷା କରିବା ସମୟରେ ଅଧିକାରୀ ଓ ସ୍ଥାନୀୟ ଲୋକମାନଙ୍କ ସହିତ ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧା ପାଇଁ ଏଠାରେ ଏକ ପୁଲିସ୍‌ ଆଉଟପୋଷ୍ଟ ପାଇଁ ପ୍ରସ୍ତାବ ଆସିଥିଲା। ଏ ବିଷୟରେ ଶ୍ରୀ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ପରେ ଏଠାରେ ପୁଲିସ୍‌ ଆଉଟପୋଷ୍ଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।
    ଏହି ଟର୍ମିନାଲରେ ଯାତ୍ରୀଙ୍କ ପାଇଁ ରେଷ୍ଟୁରାଣ୍ଟ, ବହୁତଳ କାର ପାର୍କିଂ, ଆହାର କେନ୍ଦ୍ର, ଯାତ୍ରୀଙ୍କ ପାଇଁ Pick up and Drop off ସୁବିଧା, ୧୪୪ଟି ବସ୍‌ ବେ, ସିଟି ବସ୍‌ ପାଇଁ ବସ୍‌ ବେ ଓ ଦୋକାନ ବଜାର ଅନେକ ସୁବିଧା ରହିବ। ଏଥିପାଇଁ ଏଠାରେ ସୁରକ୍ଷା ବ୍ୟବସ୍ଥାର ଗୁରୁତ୍ୱ ଯଥେଷ୍ଟ ଅଧିକ ରହୁଛି। ଏହି ଆଉଟପୋଷ୍ଟରେ ୮୯ଜଣ ପୁଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ। ଏଥି ମଧ୍ୟରୁ ୨ଜଣ ସବ୍‌-ଇନ୍‌ସ୍ପେକ୍ଟର, ୯ଜଣ ଆସିଷ୍ଟାଣ୍ଟ ସବ୍‌-ଇନ୍‌ସ୍ପେକ୍ଟର, ୪ଜଣ ହାବିଲଦାର, ୭୨ଜଣ କନଷ୍ଟେବଳ ଓ ୨ଜଣ ଡ୍ରାଇଭର ରହିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    38.1 ° C
    38.1 °
    38.1 °
    9 %
    4.3kmh
    0 %
    Sat
    37 °
    Sun
    38 °
    Mon
    38 °
    Tue
    38 °
    Wed
    38 °

    ସମ୍ବନ୍ଧିତ