Thursday, February 5, 2026
30.7 C
Odisha

    ରାସନ ଚାଉଳ ନମିଳିବାରୁ ଅର୍ପଣ ରଥକୁ ଅଟକାଇଲେ ହିତାଧିକାରୀ

    ଆଗକୁ ପଢନ୍ତୁ

    ଅର୍ପଣ ରଥକୁ ଅଟକାଇ ବିରୋଧ ପ୍ରଦର୍ଶନ କଲେ ଗ୍ରାମବାସୀ । କଟକ ଜିଲ୍ଲା ନରସିଂହପୁର ନିକଟ ନୂଆପାଟଣା ପଞ୍ଚାୟତରେ ଦେଖିବାକୁ ମିଳିଛି ଏହି ଦୃଶ୍ୟ । ରାସନ ସାମଗ୍ରୀ ମିଳିନଥିବାରୁ ଲୋକେ ଅର୍ପଣ ରଥକୁ ଅଟକ ରଖିଛନ୍ତି । ଦୀର୍ଘ ୭ ମାସ ହେଲା ଲୋକଙ୍କୁ ସରକାର ଯୋଗାଉଥିବା ଚାଉଳ ମିଳିନଥିବା ଅଭିଯୋଗ ହୋଇଛି । ରାସନକାର୍ଡ ହିତାଧିକାରୀଙ୍କୁ ମିଳୁଥିବା ଚାଉଳକୁ ଡିଲର ହେରଫେର କରିଥିବା କୁହାଯାଉଛି । ଏନେଇ ବାରମ୍ବାର ଅଧିକାରୀଙ୍କୁ ଜଣାଇଲେ ମଧ୍ୟ କୌଣସି ଫଳ ମିଳିନାହିଁ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସାରା ରାଜ୍ୟରେ ବୁଲୁଛି ଅର୍ପଣ ରଥ । ଆଜି ଅର୍ପଣ ରଥ ସହ ନରସିଂହପୁର ବିଡିଓ ନୂଆପାଟଣା ପଞ୍ଚାୟତ ପହଞ୍ଚିବା ପରେ ରଥକୁ ଅଟକ ରଖିଛନ୍ତି ହିତାଧିକାରୀ । ୭ ମାସ ହେଲା ଚାଉଳ କାହିଁକି ମିଳୁନାହିଁ ବୋଲି ଅଭିଯୋଗ ଆଣିବା ସହ ଅର୍ପଣ ରଥକୁ ଅଟକାଇ ଦେଇଛନ୍ତି ଲୋକେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.7 ° C
    30.7 °
    30.7 °
    21 %
    2.5kmh
    0 %
    Thu
    31 °
    Fri
    31 °
    Sat
    31 °
    Sun
    32 °
    Mon
    32 °

    ସମ୍ବନ୍ଧିତ