Sunday, October 4, 2026
24.3 C
Odisha

    ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ପ୍ରତିଯୋଗିତା: ମାଣିଆବନ୍ଧ ପୁରସ୍କୃତ,ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ପ୍ରତିଯୋଗିତାରେ ପୁରସ୍କୃତ ହୋଇଛି ଓଡ଼ିଶାର ମାଣିଆବନ୍ଧ ଗାଁ। ବୟନଶିଳ୍ପୀ କ୍ଷେତ୍ରରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା କଟକ ଜିଲ୍ଲାର ମାଣିଆବନ୍ଧ ଗାଁକୁ ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ଭାବେ ପୁରସ୍କୃତ କରାଯାଇଛି। ମୁଖ୍ୟମନ୍ତ୍ରୀ ଏକ୍ସ‌ରେ ଲେଖିଛନ୍ତି, ଓଡ଼ିଶାରେ ହସ୍ତଶିଳ୍ପ ମଧ୍ୟରେ ବୟନଶିଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରେ।  କଟକ ଜିଲ୍ଲାର ମାଣିଆବନ୍ଧ ଶାଢ଼ି  ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି। ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଭାରତ ସରକାରଙ୍କ ପର୍ଯ୍ୟଟନ ବିଭାଗ ତରଫରୁ ହସ୍ତଶିଳ୍ପ ବର୍ଗରେ ମାଣିଆବନ୍ଧ ଗ୍ରାମ ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମର ମାନ୍ୟତା ପାଇଥିବାରୁ ଗ୍ରାମବାସୀଙ୍କୁ ଶୁଭେଚ୍ଛା ଜଣାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    75 %
    1.5kmh
    0 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ