Friday, October 2, 2026
30.6 C
Odisha

    ତଳସରା ବିଧାୟକ ଭବାନୀ ଭୋଇ ବିଜେପିର ଉପ ବାଚସ୍ପତି ପ୍ରାର୍ଥୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ସୁନ୍ଦରଗଡ଼ ଜିଲ୍ଲା ତଳସରା ବିଧାୟକ ଭବାନୀ ଭୋଇଙ୍କୁ ଉପ ବାଚସ୍ପତି ପ୍ରାର୍ଥୀ ଘୋଷଣା କରିଛି ବିଜେପି। ବିଧାନସଭା ସଚିବଙ୍କ ପାଖରେ ଭବାନୀ ଭୋଇ ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାଖଲ ସମୟରେମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ। ଆସନ୍ତାକାଲି ଅର୍ଥାତ ଜୁଲାଇ ୨୪ ତାରିଖରେ ଉପ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ତେବେ ଏ ପର୍ଯ୍ୟନ୍ତ ବିରୋଧୀ ବିଜେଡି ଉପ ବାଚସ୍ପତି ପଦ ପାଇଁ କାହାକୁ ପ୍ରାର୍ଥୀ କରିନାହିଁ। ବିଜେଡି ଉପ ବାଚସ୍ପତି ପଦ ଲାଗି କୌଣସି ପ୍ରାର୍ଥୀ ନ ଦେଲେ ଭବାନୀ ଭୋଇ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ନିଶ୍ଚିତ।

    ସୂଚନାଯୋଗ୍ୟ, ଭବାନୀ ଭୋଇ ତଳସରା ସଂରକ୍ଷିତ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଦୁଇ ଦୁଇ ଥର ବିଜେପି ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ୨୦୧୯ରେ ଭବାନୀ ବିଜେଡି ବିଧାୟକ ପ୍ରାର୍ଥୀ ଷ୍ଟିଫେନ ୱିଲସନ ସୋରେଙ୍ଗଙ୍କୁ ପ୍ରାୟ ୧୫ ହଜାର ଭୋଟରେ ପରାସ୍ତ କରିଥିବା ବେଳେ ୨୦୨୪ରେ ମଧ୍ୟ ବିଜେଡି ପ୍ରାର୍ଥୀ ବିନୟ କୁମାର ଟପ୍ପୋଙ୍କୁ ପ୍ରାୟ ୧୭ ହଜାର ଭୋଟରେ ପରାଜିତ କରି ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    30.6 ° C
    30.6 °
    30.6 °
    57 %
    2.7kmh
    31 %
    Fri
    30 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ