Sunday, October 11, 2026
22.1 C
Odisha

    ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ମରଣୋତ୍ତର ଭାବେ ମିଳିବ ଭାରତରତ୍ନ ସମ୍ମାନ

    ଆଗକୁ ପଢନ୍ତୁ

    ପାଟଣା:ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ମିଳିବ ଭାରତରତ୍ନ ସମ୍ମାନ। ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ମରଣୋତ୍ତୋର ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯିବ। ଏନେଇ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଆସନ୍ତାକାଲି ଅର୍ଥାତ ୨୪ ଜାନୁଆରୀରେ କର୍ପୂରୀ ଠାକୁରଙ୍କ ୧୦୦ ତମ ଜନ୍ମ ଜୟନ୍ତୀ ପାଳନ ହେବାକୁ ଯାଉଛି । ଏହାର ଗୋଟିଏ ଦିନ ପୂର୍ବରୁ ତାଙ୍କୁ ମରଣୋତ୍ତୋର ଭାବେ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିବାକୁ ଘୋଷଣା କରାଯାଇଛି । ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁର ୧୯୭୦ରୁ ୧୯୭୧ ଓ ୧୯୭୭ରୁ ୧୯୭୯ ପର୍ଯ୍ୟନ୍ତ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ନିର୍ବାହ କରିଥିଲେ। ପଛୁଆ ବର୍ଗ ଲୋକଙ୍କ ଉନ୍ନତି ପାଇଁ ଜୀବନକୁ ଉତ୍ସର୍ଗ କରିଥିଲେ କର୍ପୂରୀ ଠାକୁର। ବିହାରରେ ଜନ ନାୟକ ଭାବେ ପ୍ରତିଷ୍ଠା ଲାଭ କରିଥିଲେ କର୍ପୂରୀ ଠାକୁର। ଜଣେ ସ୍ବାଧିନତା ସଂଗ୍ରାମୀ, ଶିକ୍ଷକ, ରାଜନେତା ଏବଂ ବିହାର ରାଜ୍ୟର ଦ୍ୱିତୀୟ ଉପମୁଖ୍ୟମନ୍ତ୍ରୀ ଓ ଦୁଇଥର ମୁଖ୍ୟମନ୍ତ୍ରୀ ହୋଇଥିଲେ କର୍ପୂରୀ। ତାଙ୍କର ଲୋକପ୍ରିୟତା ହେତୁ ତାଙ୍କୁ ଜନତାଙ୍କ ହିରୋ କୁହାଯାଉଥିଲା। ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁର ୧୯୭୦ରୁ ୧୯୭୧ ଓ ୧୯୭୭ରୁ ୧୯୭୯ ପର୍ଯ୍ୟନ୍ତ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ନିର୍ବାହ କରିଥିଲେ। ପଛୁଆ ବର୍ଗ ଲୋକଙ୍କ ଉନ୍ନତି ପାଇଁ ଜୀବନକୁ ଉତ୍ସର୍ଗ କରିଥିଲେ କର୍ପୂରୀ ଠାକୁର। ବିହାରରେ ଜନ ନାୟକ ଭାବେ ପ୍ରତିଷ୍ଠା ଲାଭ କରିଥିଲେ କର୍ପୂରୀ ଠାକୁର। ଜଣେ ସ୍ବାଧିନତା ସଂଗ୍ରାମୀ, ଶିକ୍ଷକ, ରାଜନେତା ଏବଂ ବିହାର ରାଜ୍ୟର ଦ୍ୱିତୀୟ ଉପମୁଖ୍ୟମନ୍ତ୍ରୀ ଓ ଦୁଇଥର ମୁଖ୍ୟମନ୍ତ୍ରୀ ହୋଇଥିଲେ କର୍ପୂରୀ। ତାଙ୍କର ଲୋକପ୍ରିୟତା ହେତୁ ତାଙ୍କୁ ଜନତାଙ୍କ ହିରୋ କୁହାଯାଉଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.1 ° C
    22.1 °
    22.1 °
    86 %
    0.9kmh
    0 %
    Sun
    30 °
    Mon
    29 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ