Friday, October 18, 2024
29.5 C
Odisha

    ଆଜି ପବିତ୍ର ବିଜୟା ଦଶମୀ, ମଣ୍ତପରେ ଚାଲିଛି ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ବିଜୟା ଦଶମୀ । ଅସତ୍ୟ ଉପରେ ସତ୍ୟ ଓ ପାପ ଉପରେ ପୁଣ୍ୟର ବିଜୟର ସ୍ବରୂପ ହେଉଛି ବିଜୟା ଦଶମୀ । ଆଜି ମହିଷାସୁରକୁ ବଧ କରିବେ ମା’ ଦୁର୍ଗା । ମା’ ଜଗଜ୍ଜନନୀଙ୍କ ଆଗମନରେ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ । ପୂଜା ମଣ୍ଡପରେ ମା’ଦୁର୍ଗା ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି । ପାରମ୍ପରିକ ରୀତିନୀତି ଅନୁଯାୟୀ ଚାଲିଛି ମା’ଙ୍କ ପୂଜାର୍ଚ୍ଚନା । ଘଣ୍ଟ, ଘଣ୍ଟା, ହୁଳହୁଳିରେ କମ୍ପୁଛି ଚାରିଆଡ଼ । ରଙ୍ଗୀନ ଆଲୋକମାଳାରେ ମଣ୍ଡପ ଓ ପୀଠଗୁଡ଼ିକ ଝଲସୁଛି । ସୁଉଚ୍ଚ ତୋରଣ ଓ ସାଜସଜ୍ଜାରେ ଆଖି ଲାଖି ଯାଉଛି । ମଣ୍ଡପରେ ଝଲସୁଛି ମାଆଙ୍କ ମୃଣ୍ମୟୀ ମୂର୍ତ୍ତି । ମାଆଙ୍କ ଦର୍ଶନ ପାଇଁ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ସକାଳୁ ସକାଳୁ ବିଭିନ୍ନ ପୂଜାମଣ୍ଡପ ଓ ପୀଠରେ ଗହଳିଚହଳି । ମାଆଙ୍କ ନିକଟରେ ପୂଜାର୍ଚ୍ଚନା ସହ ଆଶୀର୍ବାଦ ଭିକ୍ଷା କରୁଛନ୍ତି ଶ୍ରଦ୍ଧାଳୁ।

    ପୁରାଣରେ ବର୍ଣ୍ଣିତ ଅଛି ଯେ, ମିହଷାସୁରର ଅତ୍ୟାଚାରରେ ଦେବତାମାନେ ଯେତେବେବେଳେ ତ୍ରାହି ତ୍ରାହି ଡାକିଲେ ଏବଂ ପୃଥିବୀ ଭୟରେ ଥରହର ହେଉଥିଲା ସେହି ସମୟରେ ମହାଦେବ ଓ ଦେବଗଣଙ୍କ ତେଜ ରଶ୍ମିରୁ ଆର୍ବିଭୂତା ହୋଇଥିଲେ ମା’ ଦୁର୍ଗତିନାଶିନୀ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ । ଶେଷରେ ଦେବୀ ସିଂହବାହିନୀ ମହିଷାସୁର ସହ ଯୁଦ୍ଧ କରିଥିଲେ । ଦେବୀ ଶୂଳଦ୍ବାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଡଦ୍ବାରା ଶିରଚ୍ଛେଦ କଲେ । ପାପୀ ମହିଷାସୁରକୁ ବଦ୍ଧ କରି ବ୍ରାହ୍ମଣ୍ଡରେ ଶାନ୍ତି ପ୍ରତିଷ୍ଠା କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.5 ° C
    29.5 °
    29.5 °
    72 %
    1.4kmh
    91 %
    Fri
    29 °
    Sat
    31 °
    Sun
    25 °
    Mon
    29 °
    Tue
    29 °

    ସମ୍ବନ୍ଧିତ