Thursday, October 15, 2026
23.8 C
Odisha

    କୃଷି ଭବନରେ ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ୍ ଗେଟ୍ସ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ୍ ଗେଟ୍ସ କୃଷି ଭବନରେ ପହଞ୍ଚିଛନ୍ତି। ସେ ଗେଟ୍ସ ଫାଉଣ୍ଡେସନ୍ ସହାୟତାରେ ବିଭିନ୍ନ ବିଭାଗରେ ଚାଲିଥିବା ଯୋଜନାର ସମୀକ୍ଷା କରିବେ। କୃଷି ସମୀକ୍ଷା କେନ୍ଦ୍ର ଗେଟ୍ସ ଫାଉଣ୍ଡେସନ୍ ସହାୟତାରେ ରାଜ୍ୟରେ କାର୍ଯ୍ୟ କରୁଛି। ସମନ୍ୱିତ ଚାଷ ପାଇଁ ଉନ୍ନତ ଜ୍ଞାନ କୌଶଳ ବାବଦରେ ସୂଚନା ଦେଉଛି ଏହି କେନ୍ଦ୍ର। ଚାଷ ସମ୍ବନ୍ଧୀୟ ସମସ୍ୟା ବାବଦରେ ଏହି କେନ୍ଦ୍ର ଚାଷୀଙ୍କୁ ସହାୟତା ଯୋଗାଉଛି। ରାଜ୍ୟରେ କୃଷିର ଉନ୍ନତି ପାଇଁ ବିଲ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ୍ ସହ ୨୦୧୭ ମସିହାରେ ଚୁକ୍ତି ହୋଇଥିଲା।ବୈଷୟିକ ପ୍ରଣାଳୀରେ କ୍ଷୁଦ୍ର ଚାଷୀ ଏବଂ ଚାଷୀଙ୍କ ଆୟବୃଦ୍ଧି କରିବା ନେଇ ଲକ୍ଷ୍ୟ ରଖାଯାଇଥିଲା। ଗେଟ୍ସ ଫାଉଣ୍ଡେସନ୍ ସହଯୋଗରେ ରାଜ୍ୟରେ ଚାଲିଥିବା ସମସ୍ତ ପ୍ରକଳ୍ପ କିପରି କାର୍ଯ୍ୟକାରୀ ହେଉଛି ତାହାର ସମୀକ୍ଷା କରିବା ପାଇଁ କୃଷି ଭବନରେ ପହଞ୍ଚିଛନ୍ତି ବିଲ ଗେଟ୍ସ।
    ଏହା ପୂର୍ବରୁ ମାଇକ୍ରୋସଫ୍ଟ ସହପ୍ରତିଷ୍ଠାତା ବିଲ୍ ଗେଟସ୍ ବସ୍ତି ବୁଲି୍ଥିଲେ। ବସ୍ତିବାସିନ୍ଦାଙ୍କ ଜୀବନଶୈଳୀ ବୁଝିବା ସହ ସେ ଲୋକଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.8 ° C
    23.8 °
    23.8 °
    90 %
    1kmh
    99 %
    Thu
    29 °
    Fri
    29 °
    Sat
    31 °
    Sun
    30 °
    Mon
    30 °

    ସମ୍ବନ୍ଧିତ