Sunday, October 11, 2026
28.3 C
Odisha

    ପ୍ରତି ୫ ବର୍ଷରେ ଥରେ ଅନୁଷ୍ଠିତ ହେବ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ: ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ଉଦ୍‌ଯାପିତ ହୋଇଛି ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଯେ ଏହି ସମ୍ମିଳନୀ ପ୍ରତି ୫ ବର୍ଷରେ ଥରେ ଅନୁଷ୍ଠିତ ହେବ ।
    ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ ଆମର ଭାଷା ଇତିହାସରେ ସବୁଦିନ ପାଇଁ ଏକ ମାଇଲ ଖୁଣ୍ଟ ହୋଇ ରହିବ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫ ବର୍ଷ ପରେ ଆମେ ସମସ୍ତେ ପୁଣି ଥରେ ଏକାଠି ହେବା । ଓଡିଆ ଭାଷାକୁ ଆହୁରି ଆଗକୁ ନେବା ପାଇଁ ମତ ବିନିମୟ କରିବା। ସମ୍ମିଳନୀରେ ଯୋଗ ଦେଇଥିବା ଛାତ୍ରଛାତ୍ରୀ, ଯୁବ ସମାଜ, ଲେଖକ, ଗବେଷକ, ସାହିତ୍ୟିକ, କବି ପ୍ରତ୍ୟେକ ଓଡିଆଙ୍କୁ ସେ ହୃଦୟରୁ ଧନ୍ୟବାଦ ଅର୍ପଣ କରି କହିଥିଲେ ଯେ ଏହି ତିନି ଦିନ ମଧ୍ୟରେ ଆମ ଭାଷାର ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇଛି। ଖୁବ ଭଲ ଭଲ ପ୍ରସ୍ତାବ ମଧ୍ୟ ଆସିଛି। ତେବେ ଯେହେତୁ ବର୍ତ୍ତମାନ ବିଧାନ ସଭା ଚାଲିଛି, ତେଣୁ, ଭାଷା ସଂପର୍କରେ ନିଆଯାଇଥିବା ସମସ୍ତ ନିଷ୍ପତ୍ତିକୁ ସେ ବିଧାନ ସଭାରେ ଘୋଷଣା କରିବେ ବୋଲି କହିଥିଲେ।

    ଯୁଗ ଯୁଗ ଧରି ଓଡିଆ ଭାଷା, ଆମ ଓଡିଆ ଜାତିର ପରିଚୟକୁ ଆଗକୁ ନେଇଛି ବୋଲି ମତଦେଇ ସେ ସମସ୍ତଙ୍କୁ ଆଜିର ମହାର୍ଘ ଅବସରରେ ସମସ୍ତେ ସଂକଳ୍ପ ନେବାକୁ ଆହ୍ବାନ ଦେଇ କହିଥିଲେ ଯେ ଆସନ୍ତୁ, ଓଡିଆରେ ନୂଆ ନୂଆ ଶବ୍ଦ ସୃଷ୍ଟି କରି ଆମ ଶବ୍ଦ ଭଣ୍ଡାରକୁ ସମୃଦ୍ଧ କରିବା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.3 ° C
    28.3 °
    28.3 °
    70 %
    1.4kmh
    0 %
    Sun
    26 °
    Mon
    30 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ