Saturday, July 27, 2024
24.5 C
Odisha

    ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ସମ୍ବର୍ଦ୍ଧିତ ହେବେ ପଦ୍ମଶ୍ରୀ, ଜ୍ଞାନପୀଠ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆସନ୍ତାମାସ ୩ ତାରିଖରୁ ତିନି ଦିନ ଧରି ସ୍ଥାନୀୟ ଜନତା ମଇଦାନଠାରେ ଆୟୋଜିତ ହେବ । ଏଥିରେ ଦେଶ ବିଦେଶର ଐତିହାସିକ, ଭାଷାବିତ, ଗବେଷକ, ବୁଦ୍ଧିଜୀବୀ ଏବଂ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତିବିଶେଷ ଯୋଗଦେଇ ଓଡ଼ିଆ ଭାଷାର ମହନୀୟ ଅତୀତ ଓ ଭବିଷ୍ୟତର ପ୍ରାସଙ୍ଗିକତା ସମ୍ପର୍କରେ ତର୍କ ଭିତ୍ତିକ ଓ ମାର୍ମିକ ତର୍ଜମା କରିବେ । ଏହି ସମ୍ମିଳନୀକୁ ଆହୁରି ସ୍ମରଣୀୟ କରିବା ନିମନ୍ତେ ଭାଷା, ସାହିତ୍ୟ, କଳାକୃତି ଆଦି କ୍ଷେତ୍ରରେ ଅବଦାନ ଥିବା ତଥା ବିଭିନ୍ନ ପୁରସ୍କାର ବିଜେତା ଓ ବିଶିଷ୍ଟ ବ୍ୟକ୍ତି ମାନଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ମହାନ ଐତିହାସିକ ପଦ୍ମଶୀ ହରମାନ କୁଲକେଙ୍କ ସମେତ ୫୮ ଜଣ ପଦ୍ମ ପୁରସ୍କାର ବିଜେତାଙ୍କୁ ସମ୍ବର୍ଦ୍ଧିତ କରାଯିବ । ସେହିଭଳି ଜ୍ଞାନପୀଠ ପୁରସ୍କାର ପାଇଥିବା ଏବଂ ଜୀବନବ୍ୟାପୀ ସାଧନା ନିମନ୍ତେ ମଧ୍ୟ ବିଶିଷ୍ଟ ବ୍ୟକ୍ତିବିଶେଷ ମାନଙ୍କୁ ପୁରସ୍କୃତ କରାଯିବ । ଏତଦବ୍ୟତୀତ କେନ୍ଦ୍ର ସାହିତ୍ୟ ଏକାଡେମୀ, ସରସ୍ବତୀ ସମ୍ମାନ ଓ ମୂର୍ତ୍ତିଦେବୀ ପୁରସ୍କାରପ୍ରାପ୍ତ ବିଜେତାଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯିବ । ଅନ୍ୟପକ୍ଷରେ ଜୟଦେବ, ଧର୍ମପଦ, ଅତିବଡ଼ି ଜଗନ୍ନାଥ ଦାସ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଏବଂ ବ୍ୟାସକବି ଫକୀର ମୋହନ ଭାଷା ସମ୍ମାନପ୍ରାପ୍ତ ବ୍ୟକ୍ତି ବିଶେଷଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯିବ । ସମ୍ମିଳନୀକୁ ଆହୁରି ବ୍ୟାପକ କରିବା ପରିପ୍ରେକ୍ଷୀରେ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ସ୍ୱରୂପ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର, ପ୍ରଥମ ପ୍ରିଣ୍ଟିଂ ପ୍ରେସ ଓ ବିଭିନ୍ନ କଳାକୃତି ଆଦି ରେଭେନ୍ସା ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶିତ ହେବାର କାର୍ଯ୍ୟକ୍ରମ ରହିଛି । ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି, ଐତିହ୍ୟ ଓ କଳାକୃତିକୁ ପ୍ରୋତ୍ସାହିତ କରିବାକୁ ସମ୍ମିଳନୀରେ ବ୍ୟାପକ ଆୟୋଜନ କରାଯାଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.5 ° C
    24.5 °
    24.5 °
    97 %
    2.6kmh
    100 %
    Fri
    24 °
    Sat
    25 °
    Sun
    29 °
    Mon
    30 °
    Tue
    30 °

    ସମ୍ବନ୍ଧିତ