Wednesday, October 7, 2026
31.4 C
Odisha

    ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନାଁରେ ମିଛ କହୁଛନ୍ତି ଧର୍ମେନ୍ଦ୍ର ପ୍ରଧାନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଧର୍ମେନ୍ଦ୍ର ପ୍ରଧାନ ପୂର୍ବରୁ ମିଛୁଆ ଥିଲେ ଏକଥା ଓଡିଶାବାସୀ ଜାଣିଥିଲେ। ଏବେ ତାଙ୍କର ପ୍ରମୋସନ୍‌ ହୋଇ ସେ ସୁପର ମିଛୁଆ ହୋଇସାରିଛନ୍ତି, ଏହା ପୁଣି ପ୍ରମାଣିତ ହୋଇଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନବକଳେବର ବେଳେ କେନ୍ଦ୍ରୀୟ ସହାୟତା ନେଇ ସେ ୩ ଦିନ ତଳେ ସାମ୍ବାଦିକ ସମ୍ମିଳନୀ କରି ମିଛ କହିଥିଲେ, ଯାହା ଧରାପଡିଯାଇଛି ବୋଲି ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ବିଜେଡି ମୁଖପାତ୍ର ସ୍ୱୟଂପ୍ରକାଶ ମହାପାତ୍ର।
    ଶ୍ରୀ ମହାପାତ୍ର କହିଛନ୍ତି, କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଥିଲେ, କେନ୍ଦ୍ର ସରକାର ରାଜ୍ୟ ଟ୍ରେଜେରୀକୁ ନବକଳେବର ପାଇଁ ୫୦ କୋଟି ଟଙ୍କା ଦେଇଥିଲେ। ସତ କଥା ହେଲା, ୫୦ କୋଟି ନୁହେଁ ଆଇଟିଡିସି ଜରିଆରେ ୧୦ କୋଟି ଟଙ୍କା କେନ୍ଦ୍ର ସରକାର ଦେଇଥିଲେ, ଏଥିରୁ ୬ କୋଟି ୫୦ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିଲା। ଅର୍ଥାତ୍‌, ନବକଳେବର ପାଇଁ କେନ୍ଦ୍ର ସରକାରଙ୍କ ଅବଦାନ ଥିଲା ସାଢେ ୬ କୋଟି ଟଙ୍କା। ଆହୁରି ମଧ୍ୟ କହିଛନ୍ତି, ଆଶ୍ଚର୍ଯ୍ୟ ଲାଗୁଛି, ନିଜ ବ୍ୟକ୍ତିଗତ ରାଜନୈତିକ ସ୍ୱାର୍ଥ ରକ୍ଷା ପାଇଁ, ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନାଁରେ ମିଛ କହିବାକୁ ପଛାଉ ନାହାନ୍ତି ଶ୍ରୀ ପ୍ରଧାନ। ସଂସ୍କୃତି, ପରମ୍ପରା, ଐତିହ୍ୟ ଜପି ହେଉଥିବା ଲୋକଟି ଏଭଳି ମିଛ କିପରି କହିପାରେ? ଅସଲ କଥା ହେଲା, ଶ୍ରୀ ପ୍ରଧାନଙ୍କ ଭଳି ରାଜନେତା, ନିଜ ସ୍ୱାର୍ଥ ପାଇଁ ମହାପ୍ରଭୁଙ୍କ ନାଁକୁ ନେଇ ମଧ୍ୟ ମିଛ କହିପାରନ୍ତି। ଠିକ୍‌ ଯେମିତି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ମିଛ କହି ବିଭ୍ରାନ୍ତି ସୃଷ୍ଟି କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    31.4 ° C
    31.4 °
    31.4 °
    52 %
    2.4kmh
    12 %
    Wed
    29 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ