Thursday, April 2, 2026
26 C
Odisha

    ଦ୍ବିତୀୟ ପର୍ଯ୍ୟାୟରେ ଆହୁରି ବହୁତ ଭଲ କରିବ ବିଜେଡି: ପାଣ୍ଡିଆନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟ ନିର୍ବାଚନ ତୁଳନାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ବିଜୁ ଜନତା ଦଳ ବହୁତ ଭଲ କରିବ। ବିଜେଡି ସରକାରଙ୍କ କାମ ଓ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା ଯୋଗୁ ବିଜେଡି ଆଶାତୀତ ସଫଳତା ଲାଭ କରିବ। ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ବି ବିଜେଡି ସୁଇପ କରିବ ବୋଲି କହିଛନ୍ତି ବରିଷ୍ଠ ବିଜେଡି ନେତା ତଥା ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ସମ୍ବଲପୁରରେ ହୋଇଥିବା ରୋଡ ଶୋରୁ ଜଣାପଡିଛି ନବୀନ ପଟ୍ଟନାୟକ କେତେ ଲୋକପ୍ରିୟ। ସମ୍ବଲପୁରରେ ବି ବିଜେଡିକୁ ଆଶାତୀତ ସଫଳତା ମିଳିବ ବୋଲି କହିଛନ୍ତି ପାଣ୍ଡିଆନ। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ଉତ୍ସାହଜନକ ରହିଥିଲା ମତଦାନ। ଓଡିଶାର ୫ଟି ଲୋକସଭା କ୍ଷେତ୍ର ବରଗଡ, ସୁନ୍ଦରଗଡ଼, ଆସିକା,ବଲାଙ୍ଗୀର, କନ୍ଧମାଳ ପାଇଁ ଭୋଟ ପଡିଥିବା ବେଳେ ଏହା ଅଧୀନସ୍ଥ ୩୫ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ମଧ୍ୟ ମତଦାନ ହୋଇଥିଲା। ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇ ସନ୍ଧ୍ୟା ୬ଟା ଯାଏ ଚାଲିଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26 ° C
    26 °
    26 °
    46 %
    1.3kmh
    0 %
    Thu
    39 °
    Fri
    41 °
    Sat
    38 °
    Sun
    37 °
    Mon
    35 °

    ସମ୍ବନ୍ଧିତ