Saturday, October 10, 2026
22.4 C
Odisha

    ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ସିଇଓଙ୍କୁ ଫେରାଦ ହେଲା ବିଜେଡି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହେଲା ବିଜେଡି। ଅଭିଯୋଗ କରିଛନ୍ତି, ପ୍ରଶାନ୍ତ ଜଗଦ୍ଦେବ ଜଣେ କୁଖ୍ୟାତ ଗୁଣ୍ଡା। ସେ ମାନସିକ ଭାରସାମ୍ୟ ହରାଇ ବସିଛନ୍ତି। ପ୍ରେସମିଟ୍ କରି ପ୍ରଶାନ୍ତ ଜଗଦ୍ଦେବ ଘୋଷଣା କରିଛନ୍ତି ୨୫ରେ ଭୋଟିଂ ଅଛି। ୨୪ ମେ ରାତିରେ ସେ ଖୋର୍ଦ୍ଧା ପୁଲିସ ଷ୍ଟେସନ, SDPO ଓ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଙ୍କୁ ଆକ୍ରମଣ କରିବେ। ଯେହେତୁ ପୁଲିସ ପ୍ରଶାସନ ମୋତେ ସହଯୋଗ କଲାନି ତେଣୁ ମୁଁ ଆକ୍ରମଣ କରିବି ବୋଲି ପ୍ରଶାନ୍ତ ଜଗଦେବ ଘୋଷଣା କରିଛନ୍ତି। ଏଥିସହ ସେ କହିଛନ୍ତି ମୁଁ ମୋ ଗୁଣ୍ଡାର ଆଖ୍ୟା ପାଇଁ ଗର୍ବିତ ଆଉ ଏସବୁରେ ବିଫଳ ହେଲେ ମୁଁ ନିର୍ବାଚନ କରାଇ ଦେବି ନାହିଁ ବୋଲି କହିଛନ୍ତି। ପ୍ରଶାନ୍ତ ଜଗଦ୍ଦେବ ଜଣେ କୁଖ୍ୟାତ ଗୁଣ୍ଡା ବୋଲି ପୂର୍ବରୁ ବିଜୁ ଜନତା ଦଳ କହିଆସୁଛି। ପୂର୍ବରୁ ସେ ଜେଲ ଯାଇଛନ୍ତି ଆଉ ବେଲରେ ଆସିଛନ୍ତି। ତେଣୁ କିପରି ୨୫ ତାରିଖରେ ବିନା କୌଣସି ବ୍ୟଘାତରେ ଶୃଙ୍ଖଳିତ ଭାବେ ନିର୍ବାଚନ ହେବ ଏଥିପାଇଁ ଅଧିକ ସଂଖ୍ୟକ ପୋଲିସ ମୁତୟନ କରାଯାଉ ବୋଲି ନିର୍ବାଚନ କମିଶନଙ୍କୁ ଅବଗତ କରିଛି ବିଜେଡି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    81 %
    1.3kmh
    0 %
    Fri
    22 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ