Saturday, July 27, 2024
24.5 C
Odisha

    ପରୀକୁ ନ୍ୟାୟ ମିଳିଲା, ରାଜ୍ୟ ବିଜେପିର ଅସଲ ଚେହେରା ପଦାରେ ପଡିଲା: ବିଜେଡି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ନୟାଗଡ଼ର ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ଅଭିଯୁକ୍ତ ସରୋଜ ସେଠୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ତାଙ୍କ ଅନୁଗତ ଏବଂ ରାଜ୍ୟ ବିଜେପି ଉପରେ ବର୍ଷିଛି ବିଜେଡି । ଏକ ୫ ବର୍ଷ ନାବାଳିକାକୁ ଦୁଷ୍କର୍ମ କରି ହତ୍ୟା କରାଯିବା ଘଟଣାକୁ ନେଇ ଧର୍ମେନ୍ଦ୍ର ଏବଂ ତାଙ୍କ ଅନୁଗତ ଯେମିତି ରାଜନୀତି କଲେ ସେଥିପାଇଁ ରାଜ୍ୟବାସୀଙ୍କ ପାଖରେ କ୍ଷମା ମାଗନ୍ତୁ ବୋଲି ପ୍ରେସମିଟ ଜରିଆରେ କହିଛନ୍ତି ଦଳୀୟ ନେତ୍ରୀ ସ୍ନେହାଙ୍ଗିନି ଛୁରିଆ ।

    ସେ କହିଛନ୍ତି, ‘ନାବାଳିକା ପରୀର ନିଖୋଜ ଓ ହତ୍ୟା ଘଟଣା ଅତ୍ୟନ୍ତ ଦୁଃଖଦ ଥିଲା । ଯାହା ସମସ୍ତଙ୍କୁ ମର୍ମାହତ କରିଥିଲା । ଘଟଣା ଅତ୍ୟନ୍ତ ସମ୍ବେଦନଶୀଳ ଥିବା ଯୋଗୁଁ ମାମଲାର ତଦନ୍ତ ପାଇଁ ରାଜ୍ୟ ସରକାର ଏସଆଇଟି ଗଠନ କରି ହାଇକୋର୍ଟଙ୍କୁ ତଦାରଖ ଲାଗି ଅନୁରୋଧ କରିଥିଲେ । ନିୟମିତ ବ୍ୟବଧାନରେ ତଦନ୍ତର ଅଗ୍ରଗତି ନେଇ ଏସଆଇଟି ଷ୍ଟାଟସ୍ ରିପୋର୍ଟ ଦାଖଲ କରୁଥିଲା । ଏସଆଇଟି ପ୍ରକୃତ ଅପରାଧୀକୁ ଚିହ୍ନଟ କରିବା ସହ ତଥ୍ୟ ପ୍ରମାଣ ସଂଗ୍ରହ କରିଥିଲା । ଫଳରେ ଅପରାଧୀକୁ ୨୦ ବର୍ଷ ଦଣ୍ଡ ବିଧାନ ସହ ପରୀକୁ ନ୍ୟାୟ ମିଳିଛି । ଘଟଣାକୁ ନେଇ ରାଜନୈତିକ ସ୍ୱାର୍ଥ ପାଇଁ ଓଡିଶା ବିଜେପିର କିଛି ନେତା ମାମଲାର ରାଜନୀତିକରଣ କରି ତଦନ୍ତକୁ ଦିଗହରା କରିବାକୁ ଅପଚେଷ୍ଟା କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.5 ° C
    24.5 °
    24.5 °
    97 %
    2.6kmh
    100 %
    Fri
    24 °
    Sat
    25 °
    Sun
    29 °
    Mon
    30 °
    Tue
    30 °

    ସମ୍ବନ୍ଧିତ