Wednesday, March 18, 2026
19.7 C
Odisha

    ବିଜେପି ଛାଡି ବିଜେଡିରେ ମିଶିଲେ ଭବାନୀପାଟଣା ବ୍ଲକ୍‌ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷଙ୍କ ସହ ଅନେକ

    ଆଗକୁ ପଢନ୍ତୁ

    ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଅର୍ନ୍ତଗତ ଭବାନୀପାଟଣା ବ୍ଲକ ଅଧ୍ୟକ୍ଷ, ଉପାଧ୍ୟକ୍ଷା ଓ ୧୬ ସମିତି ସଭ୍ୟଙ୍କ ସହ ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର, ଧର୍ମଶାଳା ବିଧାୟକ ତଥା କଳାହାଣ୍ଡି ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ, ପୂର୍ବତନ ବିଧାୟକ ତଥା କଳାହାଣ୍ଡି ଜିଲ୍ଲା ସଭାପତି ପୁଷ୍ପେନ୍ଦ୍ର ସିଂହଦେଓଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ୍‌ ହୋଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଶ୍ରୀ ପାତ୍ର, ଶ୍ରୀ ବଳବନ୍ତରାୟ ଓ ଶ୍ରୀ ସିଂହଦେଓ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି କଳାହାଣ୍ଡି ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ପାତ୍ର, ଶ୍ରୀ ବଳବନ୍ତରାୟ ଓ ଶ୍ରୀ ସିଂହଦେଓ କହିଥିଲେ। ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିବା ବିଜେପି ନେତାମାନେ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ। ଦଳ ଆଗକୁ ଯାହା ଦାୟିତ୍ୱ ଦେବ ତାକୁ ସୂଚାରୁ ରୂପେ ତୁଲାଇବୁ। ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    19.7 ° C
    19.7 °
    19.7 °
    80 %
    2.9kmh
    100 %
    Wed
    22 °
    Thu
    31 °
    Fri
    34 °
    Sat
    34 °
    Sun
    35 °

    ସମ୍ବନ୍ଧିତ