Monday, November 16, 2026
18.9 C
Odisha

    ବିଜେଡିକୁ ଭାଙ୍ଗିବାକୁ ପଡ଼ିବନି, ଆପେ ଆପେ ଭୁଶୁଡ଼ି ଯିବ: ସନାତନ ବିଜୁଳି

    ଆଗକୁ ପଢନ୍ତୁ

    ବୈଶିଙ୍ଗା: ରାଜ୍ୟରେ ପ୍ରମୁଖ ବିରୋଧୀ ଆଞ୍ଚଳିକ ଦଳ ବିଜେଡିକୁ ନେଇ ବଡ଼ସାହି ବିଧାୟକ ସନାତନ ବିଜୁଳ ଏକ ବଡ଼ ବୟାନ ଦେଇଛନ୍ତି। ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ବିଜେଡି ଶେଷ ହେବାକୁ ଯାଉଛି। ଆଉ ବିକଳ୍ପ ନାହିଁ। ବିଜେଡିକୁ ଆଉ ଭାଙ୍ଗିବାକୁ ପଡ଼ିବନି। ଆପେଆପେ ଏହି ଦଳ ଭାଙ୍ଗିଯିବ। ଦେଶରେ ଭାରତୀୟ ଜନତା ପାର୍ଟି ଏକମାତ୍ର ବିକଳ୍ପ। ତେଣୁ ବିଜେପିରେ ସମସ୍ତେ ମିଶିବାକୁ ଇଚ୍ଛା ପ୍ରକାଶ କରିବେ। ତେବେ ମନମୋହନ ବିଜେଡିକୁ ଟାର୍ଗେଟ୍‌ କରିଥିବାବେଳେ ବଦ୍ରି ଆଜି ତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଥିଲେ। ବଦ୍ରି କହିଥିଲେ କି ଯଦି ତାକତ ଅଛି ବିଜେଡି ଖାଲି କରିକି ଦେଖାଅ। ଖାଲି ବୟାନବାଜିରେ ଲାଭ ନାହିଁ। କାହା ମୁହଁରେ ହାତ ଦେଇ ହେବ କି? ବିଜେଡି ବଡ଼ ଆଞ୍ଚଳିକ ଦଳ, ଏ ଭାଡ଼ି ଖାଲି କରିବାର ତାକତ ଅଛି କି ବୋଲି ବଦ୍ରି ମନମୋହନଙ୍କୁ ପ୍ରଶ୍ନ କରିଥିଲେ।

    ଏହି କ୍ରମରେ ସନାତନ ପୁଣି ବିଜେଡିକୁ କଡା ଜବାବ ଦେଇଥିଲେ। ସେ କହିଥିଲେ, ‘ବିଜେଡିର ଅନେକ ନେତା ଭାଜପାରେ ମିଶିବା ଲାଗି ଆବେଦନ କରିଛନ୍ତି। ଏପରି ଜାରି ରହିଲେ ତାଙ୍କ ଦଳ ଶୂନ୍ୟ ହୋଇଯିବ। ନବୀନଙ୍କ ନିର୍ବାଚନ ମଣ୍ଡଳୀରୁ ପଞ୍ଚାୟତ ପ୍ରତିନିଧି ଆସି ଭାଜପାରେ ମିଶିଲେ। ୨ ରାଜ୍ୟସଭା ସାଂସଦ ମଧ୍ୟ ଭାଜପାରେ ମିଶିଲେଣି। ଆଗକୁ ଆହୁରି ଅନେକ ନେତା ମିଶିବେ। ସେମାନେ ନିଜ ଇଚ୍ଛାରେ ଭାଜପାରେ ମିଶିବାକୁ ନିବେଦନ କରୁଛନ୍ତି। ଯଦି ଏପରି ଧାରା ଲାଗି ରହେ ବିଜେଡି ଶେଷ ହୋଇଯିବ। ଉଭୟ ଦଳର ନେତାଙ୍କ ଆକ୍ଷେପ ପ୍ରତିଆକ୍ଷେପ ରାଜ୍ୟ ରାଜନୀତି ସହିତ ବଡ଼ସାହି ନିର୍ବାଚନୀ କ୍ଷେତ୍ରରେ ମଧ୍ୟରେ ହଇଚଇ ସୃଷ୍ଟି କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    18.9 ° C
    18.9 °
    18.9 °
    75 %
    1.2kmh
    100 %
    Sun
    18 °
    Mon
    27 °
    Tue
    26 °
    Wed
    25 °
    Thu
    21 °

    ସମ୍ବନ୍ଧିତ