Friday, October 18, 2024
29.5 C
Odisha

    ଆଜିଠୁ ବିଜେଡିର ଜନସମ୍ପର୍କ ପଦଯାତ୍ରା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଜି ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହେବ ବିଜେଡିର ଜନସମ୍ପର୍କ ପଦଯାତ୍ରା । ଭୁବନେଶ୍ବର ଏକାମ୍ର ନିର୍ବାଚନଣ୍ଡଳୀରୁ ପଦଯାତ୍ରା ଶୁଭାରମ୍ଭ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜେପିର ୧୦୦ ଦିନର ସରକାରଙ୍କ ବିଫଳତାକୁ ନେଇ ଲୋକଙ୍କ ପାଖରେ ପହଞ୍ଚାଇବ ବିଜୁ ଜନତା ଦଳ । ସରକାରଙ୍କ ବିଫଳତା ଓ ବିଜେପିର ମିଛ ବିଷୟରେ ଲୋକଙ୍କୁ ସଚେତନ କରିବା ପାଇଁ ବିଜେଡି ନିଷ୍ପତ୍ତି ନେଇଛି । ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହୋଇ ଅକ୍ଟୋବର ୬ରେ ସରିବ ପ୍ରଥମ ପର୍ଯ୍ୟାୟ ପଦଯାତ୍ରା । ଅକ୍ଟୋବର ୨୧ରୁ ୩୦ ପର୍ଯ୍ୟନ୍ତ ଚାଲିବ ଦ୍ବିତୀୟ ପର୍ଯ୍ୟାୟ ପଦଯାତ୍ରା । ସାରା ରାଜ୍ୟରେ ଜନସମ୍ପର୍କ ପଦଯାତ୍ରା କରିବାକୁ ବିଜେଡି ସୁପ୍ରିମୋ ଦଳୀୟ ସଭାପତି, ବିଧାୟକ, ସାଂସଦଙ୍କୁ ଚିଠି ଲେଖିଛନ୍ତି ।

    ସେହିପରି ଗୋପବନ୍ଧୁଙ୍କ ଜୟନ୍ତୀ ଅକ୍ଟୋବର ୯ରୁ ଦୁଇମାସ ବ୍ୟାପୀ ଚାଲିବ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ । ସଭ୍ୟ ସଂଗ୍ରହ ଅଭିଯାନରେ ବିଜେଡିର ଫୋକସରେ ଯୁବ ଓ ଛାତ୍ର । ୱାର୍ଡ, ପଞ୍ଚାୟତରୁ ଆରମ୍ଭ କରି ନିର୍ବାଚନୀ ମଣ୍ଡଳୀ ଯାଏଁ ବିଭିନ୍ନ ସଭା, ସମିତି କରାଯାଇ ସଦସ୍ୟ ଅଭିଯାନର ଲକ୍ଷ୍ୟକୁ ପୂରଣ କରାଯିବ । ଡିଜିଟାଲ ମାଧ୍ୟମରେ ବି ସଭ୍ୟ ସଂଗ୍ରହ ପାଇଁ ପ୍ରସ୍ତୁତ ହୋଇଛି ବ୍ଲୁ ପ୍ରିଣ୍ଟ । କୋଟିଏରୁ ଅଧିକ ସଭ୍ୟ ସଂଗ୍ରହ ପାଇଁ ଟାର୍ଗେଟ ରଖାଯାଇଛି । ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଆବାହକରେ ଏକ କମିଟି ଗଠନ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.5 ° C
    29.5 °
    29.5 °
    72 %
    1.4kmh
    91 %
    Fri
    29 °
    Sat
    31 °
    Sun
    25 °
    Mon
    29 °
    Tue
    29 °

    ସମ୍ବନ୍ଧିତ