Tuesday, March 31, 2026
26.8 C
Odisha

    ବିଜେଡ଼ିରେ ମିଶିଲେ ଏକାମ୍ର ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି କର୍ମୀ

    ଆଗକୁ ପଢନ୍ତୁ

    ଏକାମ୍ର ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖଭବନ ଠାରେ ବିଜେଡ଼ି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ମନ୍ତ୍ରୀ ତଥା ଏକାମ୍ର ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡାଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ୍‌ ହୋଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଶ୍ରୀ ଦାସ ଓ ଶ୍ରୀ ପଣ୍ଡା ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ଏକାମ୍ର ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ଦାସ ଓ ଶ୍ରୀ ପଣ୍ଡା କହିଥିଲେ।

    ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିବା ବିଜେପି ନେତାମାନେ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ। ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ। ଏହି ମିଶ୍ରଣ ପର୍ବରେ ବିଜେପି ମହିଳା ମୋର୍ଚ୍ଚାର ରାଜ୍ୟ ଉପସଭାପତି ଛବି ସ୍ୱାଇଁ, ଲିଙ୍ଗରାଜ ମଣ୍ଡଳର ପୂର୍ବତନ ବିଜେପି ଯୁବମୋର୍ଚ୍ଚା ସଭାପତି ଗୋପାଳ ମକଦମ, ବିଜେପି ଖଣ୍ଡଗିରି ମଣ୍ଡଳ ସମ୍ପାଦକ ମନୋଜ ଦୋରା, ବିଜେପି ଲିଙ୍ଗରାଜ ମଣ୍ଡଳର ପୂର୍ବତନ ସମ୍ପାଦକ ଓ ପୂର୍ବତନ ଉପସଭାପତି ଅମରେନ୍ଦ୍ର ଗରାବଡୁ, ସସ୍ମିତା ସାହୁ, ଭାରତୀ ସେଠୀ, ପ୍ରତାପ ସ୍ୱାଇଁ, ସନ୍ତୋଷ କୁମାର ମହାନ୍ତି, ରଞ୍ଜିତା ବାଲିଆ, ଆରତୀ ମହାରଣା, ଉର୍ମିଳା ମାଝୀ, ସତ୍ୟଭାମା ସ୍ୱାଇଁ, ଶାନ୍ତି ବାରିକ, ଗାୟତ୍ରୀ ରାୟ, ଦେବରାଜ କବିଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ୍‌ ହୋଇଥିଲେ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26.8 ° C
    26.8 °
    26.8 °
    50 %
    1.8kmh
    0 %
    Mon
    27 °
    Tue
    38 °
    Wed
    39 °
    Thu
    41 °
    Fri
    39 °

    ସମ୍ବନ୍ଧିତ