Sunday, April 5, 2026
25.5 C
Odisha

    ଓଡ଼ିଶାବାସୀଙ୍କ ସ୍ବର ସାଜିବେ ବିଜେଡିର ୯ ସାଂସଦ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ସବୁବେଳେ ରାଜ୍ଯବାସୀଙ୍କ ସ୍ବାର୍ଥକୁ ପ୍ରାଥମିକତା ଦେଇଛି ବିଜେଡି। ସଂସଦର ଆଗାମୀ ବଜେଟ ଅଧିବେଶନରେ ମଧ୍ଯ ସାଢେ ଚାରି କୋଟି ଓଡ଼ିଆଙ୍କର ସ୍ବର ସାଜିବ ବିଜୁ ଜନତା ଦଳ। ରାଜ୍ଯସଭା ସାଂସଦଙ୍କ ସହ ବୈଠକ କରି ସମସ୍ତଙ୍କୁ ଏଭଳି ପରାମର୍ଶ ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ବଜେଟ ଅଧିବେଶନ ପୂର୍ବରୁ ନବୀନ ନିବାସରେ ଆୟୋଜିତ ବୈଠକରେ ଦଳର ନଅ ରାଜ୍ଯସଭା ସାଂସଦ ଯୋଗ ଦେଇଥିଲେ। ଏହି ଅବସରରେ ସମସ୍ତ ସାଂସଦଙ୍କ ଅନୁରୋଧ କ୍ରମେ ନବୀନ ପଟ୍ଟନାୟକଙ୍କୁ ଦଳର ରାଜ୍ଯସଭା ସଂସଦୀୟ ଦଳ ଅଧ୍ଯକ୍ଷ ଭାବେ ନିର୍ବାଚିତ କରାଯାଇଛି। ବୈଠକରେ ସଂସଦରେ ଦଳର ରଣନୀତି ସମ୍ପର୍କରେ ଆଲୋଚନା କରାଯାଇଥିଲା। ରାଜ୍ଯବାସୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଲଢେଇ କରିବାକୁ ନବୀନ ସମସ୍ତଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି। ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ଯପାହ୍ଯ ମାନ୍ଯତା, ଆଦିବାସୀ କଲ୍ଯାଣ, ମହିଳା ସଶକ୍ତିକରଣ, ଚାଷୀଙ୍କ ଉନ୍ନତି ପାଇଁ ଦଳ ଲଢେଇ କରିବ। ଅବହେଳିତ ଜାତୀୟ ରାଜପଥ, କୋଇଲା ରୟାଲଟି ବୃଦ୍ଧି, ମହିଳା ସଂରକ୍ଷଣ ବିଲ ଲାଗୁ ପ୍ରସଙ୍ଗ ମଧ୍ଯ ଗୃହରେ ଉଠାଇବ ଦଳ। ସବୁ ପ୍ରସଙ୍ଗରେ ସୁଦୃଢ ବିରୋଧୀ ଦଳ ଭାବରେ ବିଜେଡି ସଂସଦରେ ସବୁ ପ୍ରସଙ୍ଗକୁ ଉପସ୍ଥାପନ କରିବ । ଓଡ଼ିଶାର ସର୍ବାଙ୍ଗୀନ ବିକାଶ ଓ ଯୁକ୍ତିଯୁକ୍ତ ଦାବିକୁ ଉପସ୍ଥାପନ କରାଯିବ ବୋଲି ସାଂସଦଙ୍କୁ ନବୀନ ପରାମର୍ଶ ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    25.5 ° C
    25.5 °
    25.5 °
    65 %
    3.2kmh
    72 %
    Sun
    25 °
    Mon
    38 °
    Tue
    37 °
    Wed
    38 °
    Thu
    36 °

    ସମ୍ବନ୍ଧିତ