Tuesday, September 29, 2026
30.1 C
Odisha

    ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ଘୋଷଣା: ଜାଣନ୍ତୁ କେଉଁଠୁ କାହାକୁ ପ୍ରାର୍ଥୀ କଲା ବିଜେଡି

    ଆଗକୁ ପଢନ୍ତୁ

    ଘୋଷଣା ହେଲା ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା । ଆଜି ପ୍ରଥମ ପର୍ଯ୍ୟାୟରେ ୯ ଲୋକସଭା ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇଥିଲା ବେଳେ ଏବେ ପୁଣି ଦ୍ୱିତୀୟ ପର୍ଯ୍ୟାୟରେ ୬ ଜଣଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ । ମୋଟ ବିଜେଡି ୧୫ ଲୋକସଭା ପ୍ରାର୍ଥୀ ଘୋଷଣା କରିଛି । ତେବେ ଦ୍ୱିତୀୟ ପର୍ଯ୍ୟାୟରେ ପୁରୀରୁ ଅରୂପ ପଟ୍ଟନାୟକ, ଜଗତସିଂହପୁରରୁ ରାଜଶ୍ରୀ ମଲ୍ଲିକ, କଟକରୁ ସଂତୃପ୍ତ ମିଶ୍ର, ଢେଙ୍କାନାଳରୁ ଅବିନାଶ ସାମଲ, କନ୍ଧମାଳରୁ ଅଚ୍ୟୁତ ସାମନ୍ତ, ଯାଜପୁରରୁ ଶର୍ମିଷ୍ଠା ସେଠୀଙ୍କୁ ପ୍ରାର୍ଥୀ କରିଛି ବିଜେଡି ।
    ସେହିପରି ପ୍ରଥମ ପର୍ଯ୍ୟାୟରେ ବିଜେଡି ୭୨ ବିଧାନସଭା ଓ ୯ ଲୋକସଭା ପ୍ରାର୍ଥୀ ଘୋଷଣା କରିଥିଲା । ଲୋସସଭାରେ କଳାହାଣ୍ଡିରୁ ଲମ୍ବୋଧର ନିଆଳ, ସମ୍ବଲପୁରରୁ ପ୍ରଣବ ପ୍ରକାଶ ଦାସ, ସୁନ୍ଦରଗଡରୁ ଦିଲ୍ଲୀପ ତିର୍କୀ, ମୟୂରଭଞ୍ଜରୁ ସୁଦାମ ମାର୍ଣ୍ଡି, କେନ୍ଦ୍ରାପଡାରୁ ଅଂଶୁମାନ ମହାନ୍ତି, ନବରଙ୍ଗପୁରରୁ ପ୍ରଦୀପ ମାଝୀ, ଭୁବନେଶ୍ୱରରୁ ମନ୍ମଥ ରାଉତରାୟ, କୋରାପୁଟରୁ କୌଶଲ୍ୟା ହିକ୍କକା, ଆସ୍କାରୁ ରଞ୍ଜିତା ସାହୁ ପ୍ରାର୍ଥୀ କରିଛି ଦଳ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.1 ° C
    30.1 °
    30.1 °
    61 %
    3kmh
    10 %
    Tue
    30 °
    Wed
    30 °
    Thu
    30 °
    Fri
    31 °
    Sat
    31 °

    ସମ୍ବନ୍ଧିତ