Saturday, July 27, 2024
24.5 C
Odisha

    ରାଜ୍ୟ କାର୍ଯ୍ୟାଳୟରେ ‘ଅଭିଯୋଗ’ ଶୁଣିଲେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର, ତା.୨୮/୦୧: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ରମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ । ଆଜି ସକାଳେ କଟକ ସଦର ନିର୍ବାଚନ ମଣ୍ଡଳୀରେ ପ୍ରଧାନମନ୍ତ୍ରୀଙ୍କ ‘ମନ୍ କି ବାତ୍‌’ କାର୍ଯ୍ୟକ୍ରମ ଶୁଣିବା ସହ ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ଅପରାହ୍ନରେ ରାଜ୍ୟ କାର୍ଯ୍ୟାଳୟରେ ପହଂଚି ଥିଲେ । ଏହାପରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ବିଭିନ୍ନ ସାମାଜିକ ସଂଗଠନ, ବୁଦ୍ଧିଜୀବୀ, ରେଳ କ୍ରୀୟାନୁଷ୍ଠାନ କମିଟି, କାର୍ଯ୍ୟକର୍ତାଙ୍କଠାରୁ ‘ଅଭିଯୋଗ’ ଶୁଣିଲେ । ରେଳ, ଟେଲିକମ୍‌, ଆଇଟି ଆଦି ବିଭିନ୍ନ ସମସ୍ୟା ସମ୍ବନ୍ଧୀୟ ଅଭିଯୋଗ ଏବଂ ନୂତନ ପ୍ରସ୍ତାବ ସମ୍ପର୍କରେ ବିସ୍ତୃତଭାବେ ଆଲୋଚନା କରିବା ସହ ସୁସ୍ଥ ଓ ସମୃଦ୍ଧ ଓଡ଼ିଶା ଗଠନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଫଳ ଯୋଜନା ଓ କାର୍ଯ୍ୟନ୍ୱୟନ ଉପରେ ଗୁରୁତ୍ୱ ଦେଇଥିଲେ । ଏଥିସହିତ ସେଗୁଡିକର ନିରାକରଣ ଏବଂ ତ୍ୱରିତ ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଉପସ୍ଥିତ ଥିଲେ ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.5 ° C
    24.5 °
    24.5 °
    97 %
    2.6kmh
    100 %
    Fri
    24 °
    Sat
    25 °
    Sun
    29 °
    Mon
    30 °
    Tue
    30 °

    ସମ୍ବନ୍ଧିତ