Friday, May 3, 2024
27.8 C
Odisha

    ମୋଦିଜୀଙ୍କ ଚଣ୍ଡିଖୋଲ ଗସ୍ତ ଜନତା ଓ କାର୍ଯ୍ୟକର୍ତାଙ୍କୁ ନୂତନ ଉର୍ଜ୍ଜା ଯୋଗାଇବ: ମନମୋହନ ସାମଲ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର,ତା.୦୪/୦୩: ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମାଦିଜୀ ମଙ୍ଗଳବାର ଅପରାହ୍ନ ୨ଟା ୪୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବେ । ସେଠାରୁ ହେଲିକପ୍ଟର ଯୋଗେ ସିଧା ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯିବେ । ଅପରାହ୍ନ ୩ଟା ୧୫ରେ ଲୋକାର୍ପଣ ଓ ଶିଳାନ୍ୟାସର ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହାପରେ ୩.୩୦ମିନିଟ୍‌ରେ ପାଖ ପଡିଆରେ ଆୟୋଜିତ “ମୋଦି ଗ୍ୟାରେଂଟି” ବିଶାଳ ସଭାରେ “ବିକଶିତ ଓଡ଼ିଶା-ବିକଶିତ ଭାରତ” ଯୋଦ୍ଧାମାନଙ୍କୁ ସମ୍ବୋଧିତ କରିବେ । ମୋଦିଜୀଙ୍କ ସଭାରେ ସେ ଅଂଚଳବାସୀବାସୀଙ୍କୁ ଉପସ୍ଥିତ ରହିବାକୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଅନୁରୋଧ କରିଛନ୍ତି ।
    ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ସାମଲ କହିଛନ୍ତି ଯେ, ମୋଦିଜୀ ଚଣ୍ଡିଖୋଲରେ ୧୯ହଜାର ୬ଶହ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚରେ ଏକାଧିକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଓଡିଶାର ପ୍ରାଚୀନ ସଂସ୍କୃତି, ଗାରିମାମୟ ଇତିହାସ, ବୈଭବଶାଳୀ ପରମ୍ପରା, ପ୍ରାଚୁର୍ଯ୍ୟମୟ ଐତିହ୍ୟ ଓ କଳା, ଖାଦ୍ୟପେୟ, ବେଶଭୂଷାକୁ ବିଶ୍ୱଦରବାରରେ ପଂହଚାଇଛନ୍ତି । ମୋଦିଜୀ ୨୦୧୯ ମସିହାରେ ଓଡ଼ିଶାବାସୀଙ୍କୁ କହିଥିଲେ “ ମୁଁ ଆପଣଙ୍କ ଭଲ ପାଇବାକୁ ସୁଧ ସହିତ ଫେରେଇବି” । ବିଗତ ୧୦ବର୍ଷ ଭିତରେ ମୋଦି ସରକାର “ଓଡ଼ିଶାର ବିକାଶ ପାଇଁ ୧୮.୮୩ଲକ୍ଷ କୋଟି ଟଙ୍କା ଦେଲେ ଓ ଓଡିଆଙ୍କୁ ଅଗ୍ରାଧିକାର ଓ ଉପଯୁକ୍ତ ମର୍ଯ୍ୟାଦା ଦେଲେ” । ଓଡିଆଙ୍କ ପାଇଁ ମୋଦିଜୀଙ୍କ ମର୍ଯ୍ୟାଦାକୁ ୨୦୨୪ ସାଧାରଣ ନିର୍ବାଚନରେ ଓଡିଶାବାସୀ ଲୋକସଭା ଓ ବିଧାନସଭା ଆସନରେ ଆଶୀର୍ବାଦ ଦେଇ ତୃତୀୟଥର ପ୍ରଧାନମନ୍ତ୍ରୀଭାବେ ବିଜୟ ମୁକଟ ପିନ୍ଧାଇ ସ୍ୱାଗତ କରିବେ । ମୋଦି ଯାହା କହନ୍ତି ତାହା କରନ୍ତି, ଏହା ହିଁ ମୋଦି ଗ୍ୟାରେଂଟି ଅଟେ । ଏହାର ପ୍ରତିଫଳନ ଜି-୨୦ ସମ୍ମିଳନୀ ସମୟରେ ଓଡ଼ିଶାର କଳା, ସଂସ୍କୃତି ଓ ଐତିହ୍ୟ କୋଣାର୍କ ଚକ୍ରକୁ ବିଶ୍ୱ ଦରବାରରେ ପୁନଃଉପସ୍ଥାପିତ କରିଥିଲେ ମୋଦି । ସେହିପରି ମୋଦିଜୀ ଓଡ଼ିଆ ମହିଳାଙ୍କୁ ସର୍ବୋଚ୍ଚ ଆସନରେ ବସାଛନ୍ତି । ମୋଦିଜୀଙ୍କ ଓଡ଼ିଆ ପ୍ରୀତି ଓ ଓଡ଼ିଶାର ବିକାଶ ପାଇଁ ପ୍ରତିବଦ୍ଧତା ପୁଣି ତାଙ୍କୁ ଓଡ଼ିଶାମାଟିକୁ ଟାଣିଆଣିଛି । ଚଣ୍ଡିଖୋଲ ଜନସଭାରେ ମୋଦିଜୀଙ୍କ ଉଦ୍‌ବୋଧନ କାର୍ଯ୍ୟକର୍ତାଙ୍କୁ ନୂତନ ଉର୍ଜ୍ଜା ଯୋଗାଇବ ବୋଲି ଶ୍ରୀ ସାମଲ କହିଛନ୍ତି ।
    ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମୁଖପାତ୍ର ସଜ୍ଜନ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.8 ° C
    27.8 °
    27.8 °
    26 %
    1.7kmh
    0 %
    Fri
    43 °
    Sat
    43 °
    Sun
    45 °
    Mon
    44 °
    Tue
    40 °

    ସମ୍ବନ୍ଧିତ