Sunday, September 20, 2026
28.3 C
Odisha

    ଗଡିଲା ସଂକଳ୍ପ ରଥ, ଅଭିମତ ସଂଗ୍ରହ ହେବ ଓଡ଼ିଶାବାସୀଙ୍କର: ବିଜେପି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର, ତା.୧୧/୦୩ : ଯଶ୍ୱସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କୁ ତୃତୀୟଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଆସନରେ ବସାଇବା ଲକ୍ଷ୍ୟରେ ବିଜେପି ସାରା ଦେଶରେ ସାଧାରଣ ଜନତାଙ୍କ ମତାମତ ଲୋଡିିବାକୁ ପ୍ରୟାସ ଆରମ୍ଭ କରିଛି । ଗତ ୨୦୧୯ ସାଧାରଣ ନିର୍ବାଚନରେ ବିଜେପି ଦେଇଥିବା ୨୩୫ଟି ନିର୍ବାଚନ ପ୍ରତିଶ୍ରୁତି ମଧ୍ୟରୁ ମୋଦି ସରକାର ୨୨୨ଟି ପ୍ରତିଶ୍ରୁତି ପାଳନ କରି ଦେଶରେ ଏକ ଇତିହାସ ସୃଷ୍ଟି କରିଛନ୍ତି । ସାଧାରଣ ଜନତାଙ୍କୁ ବିକଶିତ କରିବା ସହିତ ଆଗାମୀ ୨୦୪୭ସୁଧା ଭାରତକୁ ବିଶ୍ୱଗୁରୁ ତଥା ବିକଶିତ କରିବାର ଲକ୍ଷ୍ୟରେ ମୋଦି ସରକାର ପ୍ରତିଶ୍ରୁତିବଦ୍ଧ । ବିକଶିତ ଓଡ଼ିଶା ଓ ବିକଶିତ ଭାରତ ହିଁ ମୋଦିଙ୍କ ଗ୍ୟାରେଂଟି । ସ୍ୱାଧୀନତାର ଅମୃତକାଳର ଅବଶିଷ୍ଟ ୨୫ ବର୍ଷରେ ଭାରତକୁ ବିଶ୍ୱଦରବାରରେ ଛିଡା କରାଇବା ଲକ୍ଷ୍ୟରେ ମୋଦିଜୀ ଅହରହ କାର୍ଯ୍ୟରତ । ତୃତୀୟଥର ବିଜେପି କ୍ଷମତାକୁ ଆସିଲେ କ’ଣ ସବୁ ଜନମଙ୍ଗକାରୀ ଯୋଜନା ଲାଗୁ କରିବା ଆବଶ୍ୟକ ସେ ନେଇ ସାଧାରଣ ଜନତାଙ୍କ ମତାମତ ଲୋଡିବାକୁୁ ପ୍ରୟାସ ଆରମ୍ଭ ହୋଇଛି । ଏହି ଅବସରରେ ଆଜି ରାଜ୍ୟ କାର୍ଯ୍ୟାଳୟରୁ ଓଡ଼ିଶାର ୨୧ଟି ସଂସଦୀୟ କ୍ଷେତ୍ର ଅଧିନସ୍ତ ୧୪୭ଗୋଟି ବିଧାନସଭାକୁ ୩୪ଟି ଭିଡିଓ ଭ୍ୟାନ/ପ୍ରଚାର ଗାଡିର ଶୁଭାରମ୍ଭ କରାଯାଇଛି । ଦଳର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଓ କନକ ବର୍ଦ୍ଧନ ସିଂହଦେଓ ପତାକା ଦେଖାଇ ଏହି ଅଭିଯାନର ଶୁଭାରମ୍ଭ କରିଛନ୍ତି ।
    ଏହି ସବୁ ଗାଡିରେ ମତାମତ ପେଟିକା ଓ ସଂକଳ୍ପପତ୍ର ବିଧାନସଭାକ୍ଷେତ୍ର ପର୍ଯ୍ୟନ୍ତ ପଠାଯାଇଛି । ଏହା ପ୍ରତ୍ୟେକ ବିଧାନସଭାରେ ଦୁଇ ରୁ ତିନି ଦିନ ପର୍ଯ୍ୟନ୍ତ ପ୍ରାୟ ୩୦ଗୋଟି ସଭା ମାଧ୍ୟମରେ ସାଧାରଣ ଜନତାଙ୍କ ମତାମତ ସଂଗ୍ରହ କରିବ । ପ୍ରତ୍ୟେକ ପଂଚାୟତ ଓ ସହରାଚଂଳରୁ ମୋଦି ସରକାରଙ୍କଠାରୁ ୧୪୦ କୋଟି ଲୋକଙ୍କର ଆଶା, ଆକାଂକ୍ଷା ଓ ସ୍ୱପ୍ନର ସଂକଳ୍ପ ପତ୍ର ପାଇଁ ଅଭିମତ ଗ୍ରହଣ କରାଯାଇ ଦିଲ୍ଲୀକୁ ପଠାଯିବ । ଏହି ମତାମତକୁ ଆସନ୍ତା ୨୦୨୪ ସାଧାରଣ ନିର୍ବାଚନୀ ସଂକଳ୍ପଭାବେ ବିଜେପି ଗ୍ରହଣ କରିବ । ଅଧିକରୁ ଅଧିକ ସଂଖ୍ୟକ ଜନସାଧାରଣ ଉକ୍ତ ପ୍ରଚାର ଗାଡି ନିକଟକୁ ଆସି ନିଜର ସୁଚିନ୍ତିତ ମତାମତ ସହିତ ନିଜର ନାମ, ଠିକଣା ଓ ଫୋନ ନମ୍ବର ପ୍ରଦାନ କରନ୍ତୁ ତାହାକୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠାଯିବ । ଏହା ସହ ୯୦୯୦୯୦୨୦୨୪ନମ୍ବରକୁ ମିସ୍ କଲ୍ ଏବଂ ନରେନ୍ଦ୍ର ମୋଦି ଆପ୍‌ରେ ନିଜର ଅଭିମତ ପ୍ରଧାନମନ୍ତ୍ରୀଙ୍କ ପାଖକୁ ପ୍ରେରଣ କରିପାରିବେ ବୋଲି ଶ୍ରୀ ମହାନ୍ତି ଓ ଶ୍ରୀ ସିଂହଦେଓ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି ।
    ରାଜ୍ୟ ସଂକଳ୍ପ ପତ୍ର କମିଟି ମୁଖ୍ୟ ତଥା ବରିଷ୍ଠ ନେତା ପୃଥ୍ୱୀରାଜ ହରିଚନ୍ଦନଙ୍କ ସଂଚାଳରେ ଆୟୋଜିତ ଉକ୍ତ ଶୁଭାରମ୍ଭ କାର୍ଯ୍ୟକ୍ରମରେ ରାଜ୍ୟ ସଂପାଦକ ସରୋଜ କର, ରାଜ୍ୟ ମୁଖପାତ୍ର ସଜ୍ଜନ ଶର୍ମା, ଦିଲୀପ ମହାନ୍ତି, ସଂକଳ୍ପ ପତ୍ର କମିଟିର ସଦସ୍ୟ ଅଧ୍ୟାପକ ପୂର୍ଣ୍ଣଚନ୍ଦ୍ର ମଲ୍ଲିକ, ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ, ରାଜ୍ୟ ଭିଡିଓ ଭ୍ୟାନ କମିଟିର ସଂଯୋଜକ ତଥା ରାଜ୍ୟ ସମବାୟ ପ୍ରକୋଷ୍ଠର ସଂଯୋଜକ ଶ୍ରୀ ଶ୍ରୀରଞ୍ଜନ ମଙ୍ଗରାଜ, ରାଜ୍ୟ ଗଣମାଧ୍ୟମ ସଂଯୋଜକ ସୁଜିତ୍ କୁମାର ଦାସ୍‌, ରାଜ୍ୟ ପ୍ରବକ୍ତା ହିତେଶ ମହାପାତ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ପ୍ରଧାନ, ରଶ୍ମିରଞ୍ଜନ କାନୁନଗୋ, ସୁକାନ୍ତ ପାଣିଗ୍ରାହୀ, ଜୟନ୍ତ ଜେନା, ଭୁବନେଶ୍ୱର ଜିଲ୍ଲା ସଭାପତି ବାବୁ ସିଂ, କିଶୋର ଜେନା, ଡ. ରାଜେଶ୍ୱରୀ ପାଇକରାୟ, ସିମନ୍ତୀନି ଜେନା, ପଦ୍ମଜା ଦେବତା ପ୍ରମୁଖ ଉପସ୍ଥିତ ଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    28.3 ° C
    28.3 °
    28.3 °
    79 %
    1.6kmh
    100 %
    Sun
    28 °
    Mon
    31 °
    Tue
    27 °
    Wed
    28 °
    Thu
    24 °

    ସମ୍ବନ୍ଧିତ