Monday, March 30, 2026
25.1 C
Odisha

    ବିଶ୍ୱର ସବୁଠୁ ବଡ ରାଜନୈତିକ ଦଳର ସଦସ୍ୟ ଭାବେ ପ୍ରତ୍ୟେକ କାର୍ଯ୍ୟକର୍ତା ନିଜ ଆଚରଣ ଓ ଉଚାରଣକୁ ସଠିକ ରଖନ୍ତୁ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର, ତା.୦୧/୦୯: ନିର୍ବାଚନ ଏବଂ ନିର୍ବାଚନ ପରବର୍ତୀ ସମୟରେ ଦଳୀୟ ଅନୁଶାସନ ଭଙ୍ଗ ଓ ବିଶୃଙ୍ଖଳା ସୃଷ୍ଟି ପ୍ରସଙ୍ଗରେ ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ଶୃଙ୍ଖଳା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଶ୍ୱର ସବୁଠୁ ବଡ ରାଜନୈତିକ ଦଳର ସଦସ୍ୟ ଭାବେ ନିଜ ଆଚରଣ ଓ ଉଚାରଣକୁ ସଠିକ ରଖିବା ପାଇଁ ରାଜ୍ୟ ସଭାପତି ଶ୍ରୀ ସାମଲ ଏବଂ ସାଧାରଣ ସଂପାଦକ (ସଂଗଠନ) ଶ୍ରୀ ମହାନ୍ତି ସମସ୍ତ କାର୍ଯ୍ୟକର୍ତାଙ୍କୁ ପରାମର୍ଶ ଦେଇଛନ୍ତି । ଦଳୀୟ ଅନୁଶାସନ ଭଙ୍ଗ ଓ ବିଶୃଙ୍ଖଳା ସୃଷ୍ଟି ପ୍ରସଙ୍ଗରେ ହସ୍ତଗତ ହୋଇଥିବା ସମସ୍ତ ଅଭିଯୋଗକୁ ବିଚାର କରାଯାଇ ବିହୀତ ପଦକ୍ଷେପ ନେବା ପାଇଁ ଆଜିର ବୈଠକରେ ନିଷ୍ପତି ନିଆଯାଇଛି ।
    କମିଟିର ଅଧ୍ୟକ୍ଷ ସାଂସଦ ଶ୍ରୀ ପ୍ରତାପ ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ଶ୍ରୀ ମାନସ ମହାନ୍ତି, କମିଟିର ସଦସ୍ୟ ତଥା ରାଜ୍ୟ ମୁଖପାତ୍ର ଶ୍ରୀ ସୁଦୀପ୍ତ ରାୟ, ପୂର୍ବତନ ସାଂସଦ ଶ୍ରୀ ପର୍ଶୁରାମ ମାଝୀ, ପୂର୍ବତନ କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀମତୀ ନମିତାରାଣୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।ଏହି ଅବସରରେ ବରିଷ୍ଠ ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ସୁଦର୍ଶନ ନାୟକଙ୍କୁ କମିଟିର ଆବାହକ ଭାବେ ଦାୟୀତ୍ୱ ପ୍ରଦାନ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.1 ° C
    25.1 °
    25.1 °
    47 %
    0.4kmh
    0 %
    Mon
    41 °
    Tue
    38 °
    Wed
    39 °
    Thu
    40 °
    Fri
    40 °

    ସମ୍ବନ୍ଧିତ